Masthead

ପରୀ ପାଇଁ ଆନ୍ଦୋଳନ

ନୟାଗଡ଼, (ବଡ଼ ଖବର ବ୍ୟୁରୋ): ବହୁ ଚର୍ଚ୍ଚିତ ପରୀ ହତ୍ୟାକାଣ୍ଡର କ୍ରାଇମବ୍ରାଞ୍ଚ ତଦନ୍ତ ଦାବିରେ ଆନ୍ଦୋଳନକୁ ଓହ୍ଲାଇଲା କଂଗ୍ରେସ । ନୟାଗଡ଼ ଜିଲ୍ଲା କଂଗ୍ରେସ ପକ୍ଷରୁ ଆଜି ଏସପି ଅଫିସ ସମ୍ମୁଖରେ ଶାନ୍ତିପୁର୍ଣ୍ଣ ଧାରଣା ଦିଆଯାଇଛି । ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରି ପୋଲିସ ମହାନିର୍ଦ୍ଦେଶକଙ୍କ ଉଦେଶ୍ୟରେ ନୟାଗଡ଼ ଏସପିଙ୍କୁ ଦାବିପତ୍ର ପ୍ରଦାନ କରିଛି ଜିଲ୍ଲା କଂଗ୍ରେସ କମିଟି ।

ଜୁଲାଇ ୨୩ ତାରିଖରେ ଘଟିଥିଲା ବହୁ ଚର୍ଚ୍ଚିତ ପରୀ ହତ୍ୟାକାଣ୍ଡ । ନୟାଗଡ଼ ସଦର ଥାନା ଯଦୁପୁର ଗାଁର ପାଞ୍ଚ ବର୍ଷୀୟା ନାବାଳିବା ପରୀକୁ ଅତି ବିଭତ୍ସଭାବେ ହତ୍ୟା କରାଯାଇଥିଲା । ଏହି ଘଟଣାକୁ ଅଢେଇମାସ ବିତିଯିବା ପରେ ବି ପୋଲିସ ହାତ ଖାଲି । ଶାସକ ଦଳ ଚାପରେ ଅପରାଧୀଙ୍କୁ ପୋଲିସ ଗିରଫ କରୁନଥିବା ଅଭିଯୋଗ କରିଛି କଂଗ୍ରେସ । ଏନେଇ ପୂର୍ବରୁ ରାଜ୍ୟ ମାନବାଧିକାରଙ୍କ ନିକଟରେ ଫେରାଦ ହୋଇଥିବା ବେଳେ ଆଜି ପୁଣି ଆନ୍ଦୋଳନକୁ ଓହ୍ଲାଇଛି ଦଳ । ତେବେ ଘଟଣାର ସଠିକ ତଦନ୍ତ ଚାଲୁଥିବା ବେଳେ ଖୁବଶୀଘ୍ର ଅପରାଧୀମାନଙ୍କୁ ଧରାଯିବ ବୋଲି କହିଛନ୍ତି ନୟାଗଡ଼ ଅତିରିକ୍ତ ଏସପି ଉମାକାନ୍ତ ମଲ୍ଲିକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ