ପରୀ ପାଇଁ ଆନ୍ଦୋଳନ

ନୟାଗଡ଼, (ବଡ଼ ଖବର ବ୍ୟୁରୋ): ବହୁ ଚର୍ଚ୍ଚିତ ପରୀ ହତ୍ୟାକାଣ୍ଡର କ୍ରାଇମବ୍ରାଞ୍ଚ ତଦନ୍ତ ଦାବିରେ ଆନ୍ଦୋଳନକୁ ଓହ୍ଲାଇଲା କଂଗ୍ରେସ । ନୟାଗଡ଼ ଜିଲ୍ଲା କଂଗ୍ରେସ ପକ୍ଷରୁ ଆଜି ଏସପି ଅଫିସ ସମ୍ମୁଖରେ ଶାନ୍ତିପୁର୍ଣ୍ଣ ଧାରଣା ଦିଆଯାଇଛି । ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରି ପୋଲିସ ମହାନିର୍ଦ୍ଦେଶକଙ୍କ ଉଦେଶ୍ୟରେ ନୟାଗଡ଼ ଏସପିଙ୍କୁ ଦାବିପତ୍ର ପ୍ରଦାନ କରିଛି ଜିଲ୍ଲା କଂଗ୍ରେସ କମିଟି ।

ଜୁଲାଇ ୨୩ ତାରିଖରେ ଘଟିଥିଲା ବହୁ ଚର୍ଚ୍ଚିତ ପରୀ ହତ୍ୟାକାଣ୍ଡ । ନୟାଗଡ଼ ସଦର ଥାନା ଯଦୁପୁର ଗାଁର ପାଞ୍ଚ ବର୍ଷୀୟା ନାବାଳିବା ପରୀକୁ ଅତି ବିଭତ୍ସଭାବେ ହତ୍ୟା କରାଯାଇଥିଲା । ଏହି ଘଟଣାକୁ ଅଢେଇମାସ ବିତିଯିବା ପରେ ବି ପୋଲିସ ହାତ ଖାଲି । ଶାସକ ଦଳ ଚାପରେ ଅପରାଧୀଙ୍କୁ ପୋଲିସ ଗିରଫ କରୁନଥିବା ଅଭିଯୋଗ କରିଛି କଂଗ୍ରେସ । ଏନେଇ ପୂର୍ବରୁ ରାଜ୍ୟ ମାନବାଧିକାରଙ୍କ ନିକଟରେ ଫେରାଦ ହୋଇଥିବା ବେଳେ ଆଜି ପୁଣି ଆନ୍ଦୋଳନକୁ ଓହ୍ଲାଇଛି ଦଳ । ତେବେ ଘଟଣାର ସଠିକ ତଦନ୍ତ ଚାଲୁଥିବା ବେଳେ ଖୁବଶୀଘ୍ର ଅପରାଧୀମାନଙ୍କୁ ଧରାଯିବ ବୋଲି କହିଛନ୍ତି ନୟାଗଡ଼ ଅତିରିକ୍ତ ଏସପି ଉମାକାନ୍ତ ମଲ୍ଲିକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’