Masthead

ପୁରୀ ସିଂହଦ୍ୱାର ଆଗରେ ସେବାୟତଙ୍କ ଧାରଣା

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ଖୋଲିବା ଦାବିରେ ସିଂହଦ୍ୱାର ସମ୍ମୁଖରେ ଧାରଣା ଦେଲେ ସେବାୟତ । ଯଦି ମନ୍ତ୍ରୀ ଓ ବିଧାୟକଙ୍କ ପାଇଁ କୋଭିଡ଼ କଟକଣା ନାହିଁ, ତେବେ ସାଧାରଣ ଭକ୍ତଙ୍କ ପାଇଁ କାହିଁକି ଶ୍ରୀମନ୍ଦିରକୁ ବନ୍ଦ ରଖାଯାଇଛି ବୋଲି ସେବାୟତମାନେ ପ୍ରଶ୍ନ କରିଛନ୍ତି । ସୁଆର ମହାସୁଆର ନିଯୋଗର ପୂର୍ବତନ ସଭାପତି ଦାମଦୋର ମହାସୁଆରଙ୍କ ନେତୃତ୍ୱରେ ଭକ୍ତଙ୍କ ପାଇଁ ଏହି ଧାରଣା ଚାଲିଛି । କରୋନା କଟକଣା ଭିତରେ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟରେ ଯଦି ମନ୍ତ୍ରୀ, ବିଧାୟକଙ୍କ ସହ ଶହ ଶହ ଲୋକ ଯୋଗଦେଇପାରିଲେ, ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କୁ କାହିଁକି ବାରଣ କରାଯାଇଛି ବୋଲି ଦାମୋଦର ପ୍ରଶ୍ନ କରିଛନ୍ତି । ସେ କହିଛନ୍ତି ଯେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୪ ପର୍ଯ୍ୟାୟରେ ସେବାୟତଙ୍କୁ ଦିଆଯାଇଥିବା ୫ହଜାର ଲେଖାଏଁ ଟଙ୍କା ପରିବାର ଚଳାଇବା ପାଇଁ ଯଥେଷ୍ଠ ନୁହେଁ । ଶ୍ରୀମନ୍ଦିର ୪ଦୁଆରେ ଡାକ୍ତର ନିଯୁକ୍ତି କରି ୫୦ଜଣ ଲେଖାଏଁ ଭକ୍ତଙ୍କୁ ଶ୍ରୀଜିଉଙ୍କ ଦର୍ଶନ ଲାଗି ଛାଡିବା ପାଇଁ ସେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି