Masthead

୪ ଦିନ ଯାଏଁ ଜାରି ରହିବ କାଳବୈଶାଖୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କାଳବୈଶାଖୀ । ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିବ । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେହିପରି ନବରଙ୍ଗପୁର, ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ଘଡ଼ଘଡ଼ି ବିଜୁଳି ସହ ଝଡ଼ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । କାଳବୈଶାଖୀ ବର୍ଷା ଯୋଗୁଁ ରାଜ୍ୟରେ ତାପମାତ୍ରା ବିଶେଷ ବଢିବ ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ