Masthead

ଆଦିବାସୀ ଛାତ୍ରୀଙ୍କୁ ଅସଦାଚରଣ ସହ ରୋଷେୟା ମାଡ଼ ମାରିଥିବା ଅଭିଯୋଗ

ବାଂଶପାଳ(ବଡ଼ ଖବର ବ୍ୟୁରୋ): ଆଦିବାସୀ ଛାତ୍ରୀଙ୍କୁ ଅସଦାଚରଣ କରିବା ସହ ଗୋଡ଼ାଇ ଗୋଡ଼ାଇ ହଷ୍ଟେଲ ରୋଷେୟା ପିଟିଥିବା ଅଭିଯୋଗ । କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ଗୋନାସିକା ପଞ୍ଚାୟତ ଯନ୍ତାରି ଉଚ୍ଚବିଦ୍ୟାଳୟରେ ଥିବା ହଷ୍ଟେଲରେ ଜଣେ ତୃତୀୟ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀଙ୍କୁ ହଷ୍ଟେଲର ରୋଷେୟା ଅସଦାଚରଣ କରିବା ସହିତ ମାଡମାରିଥିବାର ପରି ଘଟଣା ଘଟିଥିବା ଅଭିଯୋଗ ହୋଇଛି । ଯନ୍ତାରି ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ୟ୍ୟନ୍ତ ରହିଛି । ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ୟ୍ୟନ୍ତ ପଢ଼ୁଥିବା ଆଦିବାସୀ ଛାତ୍ର ଛାତ୍ରୀଙ୍କ ପାଇଁ ଏକ ଆବାସିକ ହଷ୍ଟେଲ ରହିଛି । ସେଠି ୧୪ଜଣ ଆଦିବାସୀ ବାଳିକା ଓ ୨୬ଜଣ ବାଳକ ରହି ପାଠ ପଢ଼ନ୍ତି ।

ହଷ୍ଟେଲର ରୋଷେୟା ଭଗବାନ ବେହେରା ମଦ ପିଇ ସବୁ ଦିନ ହଷ୍ଟେଲକୁ ଆସିଥାଏ । ମଦ ନିଶାରେ ଭଗବାନ ଜଣେ ତୃତୀୟ ଶ୍ରେଣୀ ଛାତ୍ରୀ କୁ ଡାକି ଅସଦାଚରଣ କରିବାକୁ ଚେଷ୍ଟା କରିଥିଲେ । ଅସଦାଚରଣକୁ ଛାତ୍ରୀ ଜଣକ ପ୍ରତିବାଦ କରିବାରୁ ତାକୁ ମାଡ଼ମାରୀ ଗେଟ ବାହାରକୁ ବାହାର କରିବା ବେଳେ ଅନ୍ୟଛାତ୍ର ଛାତ୍ରୀ ନାବାଳିକା ଛାତ୍ରୀଙ୍କୁ ଭଗବାନ କବଳରୁ ଉଦ୍ଧାର କରିଥିଲେ । ଛାତ୍ରୀ ଜଣକ ହଷ୍ଟେଲ ଗାଧୁଆଘରେ ଲୁଚିଥିଲେ । ତେବେ ହଷ୍ଟେଲରେ ପାଟି ତୁଣ୍ଡ ଶୁଣି କିଛି ଗ୍ରାମବାସୀ ପହଂଚିବାରୁ ମଦୁଆ ରୋଷେୟା ସେଠାରୁ ଫେରାର ହୋଇଯାଇଥିଲେ । ଏ ବିଷୟରେ ବ୍ଲକ ଶିକ୍ଷାଅଧିକାରୀଙ୍କୁ ପଚାରିବାରୁ ଅଧିକାରୀ କହିଛନ୍ତି ଦୋଷୀଙ୍କ ବିରୋଧରେ ଉଚିତ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ