ଛାତ୍ର କଂଗ୍ରେସ ସଭାପତିଙ୍କୁ ହତ୍ୟା ଧମକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କର ବହିଷ୍କାର ଓ ଗିରଫ ଦାବିରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ସୟଦ ୟାସିର ନୱାଜ ୭ତାରିଖରେ ବିଧାନସଭା ଘେରାଉ କରିଥିଲେ। ପୋଷ୍ଟମ୍ୟାନ ଏକ ପତ୍ର ଆଣି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଦେଇଥିଲା । ସେହି ଚିଠିରେ ଲେଖା ହୋଇଥିବା କଥା ସମସ୍ତଙ୍କୁ ବିବ୍ରତ କରିଥିଲା। ଚିଠିରେ ଧମକ ଥିଲା ଯଦି ୟାସିର ନୱାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ବିରୁଦ୍ଧରେ କାର୍ଯ୍ୟକ୍ରମ ଜାରି ରଖନ୍ତି, ତେବେ ନୱାଜଙ୍କୁ ହତ୍ୟା କରାଯିବ।

ଏହି ସମ୍ପର୍କରେ କଂଗ୍ରେସ ପକ୍ଷରୁ କ୍ୟାପିଟାଲ ଥାନାରେ ଏତଲା ଦାୟର କରାଯାଇଛି। ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ସୟଦ ୟାସିର ନୱାଜଙ୍କୁ ଧମକପୂର୍ଣ୍ଣ ଚିଠି ନେଇ କ୍ୟାପିଟାଲ ଥାନାରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ନାରେ ଲିଖିତ ଅଭିଯୋଗ କରାଯାଇଛି । ଚିଠିରେ ଅଶ୍ଳୀଳ ଭାଷାରେ ଗାଳିଗୁଲଜ ସହ ହତ୍ୟା ଧମକ ଦିଆଯାଇଛି । ମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟକ୍ରମ ବନ୍ଦ ନକଲେ ଯୋବ୍ରା ଟୋକା ଲଗାଇ ଯେମିତି ଦାଦା-ପୁତୁରାଙ୍କୁ ହତ୍ୟା କରାଗଲା ସେମିତି ତୁମକୁ ମଧ୍ୟ ହତ୍ୟା କରାଯିବ ବୋଲି ଚିଠିଲେ ଉଲ୍ଲେଖ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’