ଶକ୍ତିମନ୍ତ୍ରୀଙ୍କ ବାସଭବନକୁ ଟମାଟୋ ମାଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଶକ୍ତିମନ୍ତ୍ରୀଙ୍କ ଘର ଆଗରେ ଛାତ୍ର କଂଗ୍ରେସର ବିକ୍ଷୋଭ । ବିଞ୍ଚଣା ଓ ଲଣ୍ଠନ ଧରି ବିକ୍ଷୋଭ ପ୍ରଦର୍ଶନ କଲା ଛାତ୍ର କଂଗ୍ରେସ । ମନ୍ତ୍ରୀଙ୍କ ସରକାରୀ ବାସଭବନ ଉପରକୁ ଟମାଟୋ ମାଡ଼ କଲା ଛାତ୍ର କଂଗ୍ରେସ । ପାୱାରକଟ ବିରୋଧରେ ବିକ୍ଷୋଭ କରିଛି ଛାତ୍ର କଂଗ୍ରେସ । ଅଘୋଷିତ ବିଦ୍ୟୁତକାଟକୁ ବିରୋଧ କରି ହାତରେ ବିଂଚଣା ଓ ଲଣ୍ଠନ ଧରି ବିକ୍ଷୋଭ କରୁଛି ଛାତ୍ର କଂଗ୍ରେସ ।

ଅସହ୍ୟ ଗରମରେ ସାରା ରାଜ୍ୟ ଆଉଟୁପାଉଟୁ ହେଉଥିବା ବେଳେ ଅଘୋଷିତ ବିଜୁଳି କାଟ ଲୋକଙ୍କ କଷ୍ଟ ବଢ଼ାଉଛି । ସେପଟେ ବାରମ୍ବାର ବିଦ୍ୟୁତ କାଟ କରୁଛି ବିତରଣ କମ୍ପାନୀ । କିନ୍ତୁ ଏହି କଥାକୁ ମାନୁ ନାହାନ୍ତି ଶକ୍ତି ମନ୍ତ୍ରୀ ପ୍ରତାପ ଦେବ । ଯାହାର ପ୍ରତିବାଦ କରି ଏହି ବିକ୍ଷୋଭ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ