Masthead

ଅଧ୍ୟାପକଙ୍କ ନାମରେ ଅଭିଯୋଗ ଆଣିଲେ ଛାତ୍ର

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁର ବିରଜାକ୍ଷେତ୍ର ସ୍ଥିତ +୩ ଡିଗ୍ରୀ ଚିତାଲୋ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନର ଛାତ୍ର ଶିବ ଶଙ୍କର ଦତ୍ତ ସେହି ବିଭାଗର ମୁଖ୍ୟ ଅଧ୍ୟାପକ ନିରଞ୍ଜନ ପଣ୍ଡା ଯୌନ ଇଙ୍ଗିତ କରୁଥିବା ନେଇ ପରିଚାଳନା କମିଟିର ସଭାପତି ତଥା ଉପ ଜିଲ୍ଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି । ମୋ ବେଡ଼ ରୁମକୁ ଆସି ମୋତେ ଖୁସି କଲେ ତମକୁ ଅଧିକା ନମ୍ବର ଦେଇ ପାସ କରିବି ବୋଲି ଅଧ୍ୟାପକ କହିବା ସହ ଯଦି ମୋତେ ଖୁସି ନ କରୁ ତୁ ଫେଲ ହବୁ ବୋଲି ଅଧ୍ୟାପକ କହିଥିବାର ଛାତ୍ର ଲିଖିତ ଅଭିଯୋଗ କରିଛନ୍ତି ।

ଯଦି ପ୍ରଶାସନ ୨୪ଘଣ୍ଟା ଭିତରେ ଅଧ୍ୟାପକଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ନ ନିଅନ୍ତି ତାହେଲେ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବା ସହ କଲେଜ ତାଲା ପକାଇବୁ ବୋଲି ଚେତାବନୀ ଦେଇଛନ୍ତି । ଏହି ଅଭିଯୋଗର ଦୁଇ ଦିନ ପୂର୍ବରୁ ସ୍ଥାନୀୟ ଅଞ୍ଚଳର ମୁରବିମାନେ ଅଧ୍ୟାପକ ପଣ୍ଡା ମହାବିଦ୍ୟାଳୟରେ ଛାତ୍ରମାନଙ୍କୁ ଯୌନ ବ୍ୟଭିଚାର କରୁଛନ୍ତି ବୋଲି ଅଭିଯୋଗ ଆଣିଥିଲେ । ଏହି ଘଟଣା ସମ୍ପର୍କରେ ପରିଚାଳନା ସମିତିର ସଭାପତି ତଥା ଉପ ଜିଲ୍ଲାପାଳଙ୍କ ସୂଚନା ଅନୁଯାୟୀ ଏହି ଘଟଣାର ତଦନ୍ତ କରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବୟ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା