Masthead

ଜଳଖିଆ ଖାଇବା ପରେ ଅସୁସ୍ଥ ୧୧ ଛାତ୍ରୀ

ରାୟଗଡ଼ା (ବଡ଼ ଖବର ବ୍ୟୁରୋ):ରାୟଗଡ଼ା ସହର ଉପକଣ୍ଠ ବାରିଝୋଲା ସ୍ଥିତ ଚୈତନ୍ୟ ଟେକ୍ନୋ ସ୍କୁଲର ୧୧ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ସମସ୍ତ ଛାତ୍ରଛାତ୍ରୀ ଦଶମ ଓ ଏକାଦଶ ଶ୍ରେଣୀର ବୋଲି ଜଣାପଡିଛି। ପ୍ରଥମେ ଜଣେ ଦଶମ ଶ୍ରେଣୀର ଛାତ୍ରୀ ବିଦ୍ୟାଳୟର ପ୍ରଥମ ମହଲାରୁ ପଡିଯାଇଥିଲେ। ସେ କେମିତି ପଡ଼ିଲେ ତାହା ସ୍ପଷ୍ଟ ହୋଇନାହିଁ। ଏହାପରେ ଜଣକ ପରେ ଜଣେ ୧୧ ଜଣ ଛାତ୍ରଛାତ୍ରୀ ହଠାତ ଅସୁସ୍ଥ ହୋଇପଡିଛନ୍ତି। ସମସ୍ତଙ୍କ ଅବସ୍ଥା ଗୁରୁତର ଥିବାବେଳେ ସମସ୍ତ ଛାତ୍ରଛାତ୍ରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ତେବେ ଘଟଣାର ପ୍ରକୃତ ରହସ୍ୟକୁ ସ୍କୁଲ କର୍ତ୍ତୃପକ୍ଷ ଗୋପନ ରଖିଛନ୍ତି। ଏହାକୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ ଦେଖା ଦେଇଛି। ଚିକିତ୍ସାଳୟରେ ଅଭିଭାବକ ପହଞ୍ଚି ଭିଡ ଜମାଇଛନ୍ତି। ତେବେ ବିଦ୍ୟାଳୟରେ ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ଅଟୋରେ ନିଆଯାଇଥିଲା। ଯାହାକି ସ୍କୁଲ ପରିଚାଳନା ନେଇ ପ୍ରଶ୍ନ ଉଠିଛି। ତେବେ ବିଦ୍ୟାଳୟର ଅଧ୍ୟକ୍ଷା ଏମ୍. ରଜନୀ କହିଛନ୍ତି ଯେ, ପିଲାଏଁ ଟିଫିନ୍ ଖାଇବା ପରେ ଏହିଭଳି ଅବସ୍ଥା ଘଟିଛି ବୋଲି ସ୍ପଷ୍ଟୀକରଣ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ