Masthead

ରାଜ୍ୟରେ ବଢ଼ୁଛି ଛାତ୍ରୀଙ୍କ ଅସଦାଚରଣ ମାମଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଛାତ୍ରୀ ଆତ୍ମାହୁତି ଘଟଣାକୁ ନେଇ ଓଡ଼ିଶା ଏବେ ଉଠୁଛି ପଡୁଛି । ଆଉ ଏହାରି ଭିତରେ ପୁଣି ଛାତ୍ରୀଙ୍କୁ ଅଧ୍ୟାପକଙ୍କ ଅସଦାଚରଣର ଆଉ ଏକ ଘଟଣା ସାମ୍ମାକୁ ଆସିଛି । ସମ୍ବଲପୁର ଜିଏମ ବିଶ୍ୱବିଦ୍ୟାଳୟରୁ ଆସିଛି ଏଭଳି ଖବର । ଜିଏମ ବିଶ୍ୱବିଦ୍ୟାଳୟର କଲେଜ ଅଧ୍ୟାପକଙ୍କ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ । ବିବାହର ପ୍ରତିଶୃତି ଦେଇ ଛାତ୍ରୀଙ୍କ ସହ ରଖିଥିଲେ ଶାରୀରିକ ସମ୍ପର୍କ ପରେ ବିବାହ ପାଇଁ ମନା କରି ଏବେ ପୋଲିସ ହେପାଜତରେ । ସୂଚନା ମୁତାବକ ସମ୍ବଲପୁର ଜିଏମ ବିଶ୍ୱବିଦ୍ୟାଳୟରେ ଏଜୁକେସନ ବିଭାଗ ଆସିଷ୍ଟାଣ୍ଟ ପ୍ରଫେସର ଭାବେ ଗୋପିକାନ୍ତ ସୁନା କାର୍ଯ୍ୟରତ । ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ସେ ଇଣ୍ଟିଗ୍ରେଟେଡ ବିଏଡ୍ ଦ୍ୱିତୀୟ ବର୍ଷରେ ପଢୁଥିବା ଜଣେ ଛାତ୍ରୀଙ୍କ ସହ ଶାରୀରିକ ସମ୍ପର୍କ ସ୍ଥାପନ କରିଥିଲେ । ଅଭିଯୋଗ ଆଧାରରେ ଅଧ୍ୟାପକଙ୍କୁ ଗିରଫ କରିଛି ମହିଳା ଥାନା ପୋଲିସ । ଅଭିଯୁକ୍ତ ଅଧ୍ୟାପକ ଗୋପୀକାନ୍ତ ସୁନାଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି । ଏବଂ ମହିଳା ଥାନା ଆଇଆଇସିଙ୍କ ସୂଚନା ଆଧାରରେ ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ । ପୂର୍ବରୁ ବାଲେଶ୍ୱର ଏଫଏମ୍ କଲେଜର ଏଜୁକେସନ୍ ବିଭାଗର ଅଧ୍ୟାପକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବେଳେ ଏବେ ଗୋପୀକାନ୍ତ ସୁନାଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି । ଶିକ୍ଷାନୁଷ୍ଠାନ ଭଳି ପବିତ୍ର ସ୍ଥାନରେ ଶିକ୍ଷକଙ୍କର ଏଭଳି ଘୂର୍ଣ୍ଣ କାର୍ଯ୍ୟ ସମାଜ ପାଇଁ ନିନ୍ଦନୀୟ ଘଟଣା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର