Masthead

ରାଜ୍ୟରେ ବଢ଼ୁଛି ଛାତ୍ରୀଙ୍କ ଅସଦାଚରଣ ମାମଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଛାତ୍ରୀ ଆତ୍ମାହୁତି ଘଟଣାକୁ ନେଇ ଓଡ଼ିଶା ଏବେ ଉଠୁଛି ପଡୁଛି । ଆଉ ଏହାରି ଭିତରେ ପୁଣି ଛାତ୍ରୀଙ୍କୁ ଅଧ୍ୟାପକଙ୍କ ଅସଦାଚରଣର ଆଉ ଏକ ଘଟଣା ସାମ୍ମାକୁ ଆସିଛି । ସମ୍ବଲପୁର ଜିଏମ ବିଶ୍ୱବିଦ୍ୟାଳୟରୁ ଆସିଛି ଏଭଳି ଖବର । ଜିଏମ ବିଶ୍ୱବିଦ୍ୟାଳୟର କଲେଜ ଅଧ୍ୟାପକଙ୍କ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ । ବିବାହର ପ୍ରତିଶୃତି ଦେଇ ଛାତ୍ରୀଙ୍କ ସହ ରଖିଥିଲେ ଶାରୀରିକ ସମ୍ପର୍କ ପରେ ବିବାହ ପାଇଁ ମନା କରି ଏବେ ପୋଲିସ ହେପାଜତରେ । ସୂଚନା ମୁତାବକ ସମ୍ବଲପୁର ଜିଏମ ବିଶ୍ୱବିଦ୍ୟାଳୟରେ ଏଜୁକେସନ ବିଭାଗ ଆସିଷ୍ଟାଣ୍ଟ ପ୍ରଫେସର ଭାବେ ଗୋପିକାନ୍ତ ସୁନା କାର୍ଯ୍ୟରତ । ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ସେ ଇଣ୍ଟିଗ୍ରେଟେଡ ବିଏଡ୍ ଦ୍ୱିତୀୟ ବର୍ଷରେ ପଢୁଥିବା ଜଣେ ଛାତ୍ରୀଙ୍କ ସହ ଶାରୀରିକ ସମ୍ପର୍କ ସ୍ଥାପନ କରିଥିଲେ । ଅଭିଯୋଗ ଆଧାରରେ ଅଧ୍ୟାପକଙ୍କୁ ଗିରଫ କରିଛି ମହିଳା ଥାନା ପୋଲିସ । ଅଭିଯୁକ୍ତ ଅଧ୍ୟାପକ ଗୋପୀକାନ୍ତ ସୁନାଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି । ଏବଂ ମହିଳା ଥାନା ଆଇଆଇସିଙ୍କ ସୂଚନା ଆଧାରରେ ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ । ପୂର୍ବରୁ ବାଲେଶ୍ୱର ଏଫଏମ୍ କଲେଜର ଏଜୁକେସନ୍ ବିଭାଗର ଅଧ୍ୟାପକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବେଳେ ଏବେ ଗୋପୀକାନ୍ତ ସୁନାଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି । ଶିକ୍ଷାନୁଷ୍ଠାନ ଭଳି ପବିତ୍ର ସ୍ଥାନରେ ଶିକ୍ଷକଙ୍କର ଏଭଳି ଘୂର୍ଣ୍ଣ କାର୍ଯ୍ୟ ସମାଜ ପାଇଁ ନିନ୍ଦନୀୟ ଘଟଣା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି