Masthead

ଭଙ୍ଗା ଛାତତଳେ ପିଲା ଗଢୁଛନ୍ତି ଭବିଷ୍ୟତ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ଶ୍ରେଣୀ ଗୃହ ଅଭାବ । ଭଙ୍ଗା ଛାତତଳେ ପିଲା ଗଢୁଛନ୍ତି ଭବିଷ୍ୟତ । ବିପଦ ସଂକୁଳ ଘରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ । ରାଜ୍ୟ ସରକାର ଶିକ୍ଷା ଉପରେ ଗୁରୁତ୍ୱ ଦେଉଥିବା କହୁଥିବା ବେଳେ ବାସ୍ତବ ଚିତ୍ର କିନ୍ତୁ ପୁରା ଓଲଟା । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ତୋଟାପଡା ପଞ୍ଚାୟତ ପଞମୁଖା ସରକାରୀ ବିଦ୍ୟାଳୟରେ । ଏହି ସ୍କୁଲ ୧୯୪୪ମସିହାରେ ସ୍ଥାପନ ହୋଇଥିଲା । ପ୍ରଥମେ ଚାଳଘରେ ଶିକ୍ଷାଦାନ ଚାଲୁଥିଲା।

ଏବେ ଏହି ସ୍କୁଲର ୫ଟି କ୍ଲାସ ପାଇଁ ଅଛି ଦୁଇଟି ଶ୍ରେଣୀଗୃହ । ସେଥିରେ ୨୦୦ରୁ ଅଧିକ ଛାତ୍ରଛାତ୍ରୀ ଅଧୟନ କରୁଛନ୍ତି । ଶ୍ରେଣୀ ଗୃହ ଛାତଫାଟି ଆଁ କରିଛି । ଭୟ ଓ ଆତଙ୍କରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ। ଶ୍ରେଣୀ ଗୃହ ସମସ୍ୟା ସମ୍ପର୍କରେ ରାଜ୍ୟ ସରକାରଙ୍କୁ ଲିଖିତ ଭାବେ ଜଣାଇ ଦିଆଯାଇଥିଲେ ମଧ୍ୟ ସୁଫଳ ମିଳୁନାହିଁ। ସରକାର ଯଦି ନୂତନ ଗୃହ ଯୋଗାଇ ଦିଅନ୍ତି, ଛାତ୍ରଛାତ୍ରୀମାନେ ଭଲରେ ଶିକ୍ଷା ଗ୍ରହଣ କରିପାରନ୍ତେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ