Masthead

ମହୁମାଛି ଆକ୍ରମଣରେ ଛାତ୍ରଛାତ୍ରୀ ଗୁରୁତର

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ମାଟ୍ରିକ ପରୀକ୍ଷାର୍ଥୀ ମହୁମାଛି ଆକ୍ରମଣର ଶିକାର । ଆକ୍ରମଣରେ ୭ ଛାତ୍ରଛାତ୍ରୀ ସହ ଜଣେ ଶିକ୍ଷକ ଗୁରୁତର । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ସ୍ଥିତ ବାଳିକା ହାଇସ୍କୁଲରେ । ପରୀକ୍ଷା ଦେବାକୁ ଯିବା ସମୟରେ ୩୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଓ ଜଣେ ଶିକ୍ଷକ ମହୁମାଛି ଆକ୍ରମଣର ଶିକାର ହୋଇଛନ୍ତି।

ଆଜି ସକାଳେ ୧୦ମ ଶ୍ରେଣୀର ଛାତ୍ରଛାତ୍ରୀମାନେ ହରିଚନ୍ଦନପୁର ସ୍ଥିତ ବାଳିକା ହାଇସ୍କୁଲ ପରୀକ୍ଷା କେନ୍ଦ୍ରକୁ ଯାଉଥିବା ବେଳେ ହଠାତ ମହୁମାଛିମାନେ ଆକ୍ରମଣ କରିଥିଲେ। ଆକ୍ରମଣ ପରେ ଛାତ୍ରଛାତ୍ରୀ ମାନେ ହରିଚନ୍ଦନପୁର୍ ମେଡିକାଲରେ ପ୍ରାଥମିକ ଚିକିତ୍ସିତ ହୋଇ ପରୀକ୍ଷା ଦେଇଥିଲେ । ତେବେ ଆକ୍ରମଣ ପରେ ପରିକ୍ଷାର୍ଥୀମାନେ ଭୟଭୀତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ