Masthead

ସିବିଏସଇ ଦ୍ୱାଦଶ ପରୀକ୍ଷା ମୂଲ୍ୟାୟନ ପଦ୍ଧତିକୁ ସୁପ୍ରିମକୋର୍ଟରେ ଛାତ୍ରଛାତ୍ରୀଙ୍କ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ସିବିଏସଇ ଦ୍ୱାଦଶ ପରୀକ୍ଷା ମୂଲ୍ୟାୟନ ପଦ୍ଧତିକୁ ନେଇ ତେଜିଲା ଅସନ୍ତୋଷ । ସରକାରଙ୍କ ନିଷ୍ପତିକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କଲେ ୧୧୫୨ ଛାତ୍ରଛାତ୍ରୀ । ଆବେଦନକାରୀ ଛାତ୍ରଛାତ୍ରୀମାନେ ଅସନ୍ତୋଷ ଜାହିର କରିବା ସହିତ କିଛି ପ୍ରସ୍ତାବ ଦେଇଛନ୍ତି । ମୂଲ୍ୟାୟନରେ କମ୍ପାର୍ଟମେଂଟ, ଫେଲ ହୋଇ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀ, ଡ୍ରପ ଆଉଟ ଓ ଘରୋଇ ଛାତ୍ରଛାତ୍ରୀଙ୍କ ପାଇଁ ବ୍ୟବସ୍ଥା କରିବାକୁ ଆବେଦନକାରୀ ଦାବି କରିଛନ୍ତି । ସିବିଏସଇର ନିଷ୍ପତି ସମ୍ବିଧାନ ଦେଇଥିବା ଅଧିକାରକୁ କ୍ଷୁର୍ଣ୍ଣ କରୁଛି ବୋଲି ଦର୍ଶାଇଛନ୍ତି ଆବେଦନକାରୀ ।

ଏଥିସହ ପରୀକ୍ଷାର୍ଥୀ, ଅଭିଭାବକ, ଶିକ୍ଷକ ପାଇଁ ସ୍ୱାସ୍ଥ୍ୟ ସମ୍ପର୍କୀତ ସମସ୍ତ ସୁରକ୍ଷା ବ୍ୟବସ୍ଥା କରିବାକୁ ଆବେଦନରେ ଦର୍ଶାଇଛନ୍ତି । ଆଇନଜୀବୀ ମଞ୍ଜୁ ଜେଠଲିଙ୍କ ଜରିଆରେ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି । ଦ୍ୱାଦଶ ଛାତ୍ରଛାତ୍ରୀଙ୍କର କେମିତି ମୂଲ୍ୟାୟନ, କେଉଁ ଆଧାରରେ ହେବ ସେ ନେଇ ୧୭ ତାରିଖରେ ସୁପ୍ରିମକୋର୍ଟଙ୍କୁ ବିସ୍ତୃତ ତଥ୍ୟ ଦେଇଥିଲେ ସିବିଏସଇ କର୍ତୁପକ୍ଷ । ସିବିଏସଇର ଏହି ଫର୍ମୁଲାକୁ ଗ୍ରହଣ କରିଥିଲେ ସୁପ୍ରିମକୋର୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ