Before Header

ୟୁନିଟ୍‌-୯ ବାଳିକା ହାଇସ୍କୁଲ ମିଶ୍ରଣ ପ୍ରତିବାଦରେ ଛାତ୍ରୀଙ୍କ ଧାରଣା

0 19

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୟୁନିଟ୍‌-୯ ବାଳିକା ହାଇସ୍କୁଲ ମିଶ୍ରଣ ପ୍ରତିବାଦରେ ଛାତ୍ରୀଙ୍କ ଧାରଣା । ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରି ବିଦ୍ୟାଳୟ ଗେଟରେ ତାଲା ପକାଇ ଧାରଣାରେ ବସିଛନ୍ତି ଛାତ୍ରୀ ଓ ଅଭିଭାବକ । ୫୭ ବର୍ଷ ଧରି ନାରୀଶିକ୍ଷାର ପ୍ରାଣକେନ୍ଦ୍ର ପାଲଟିଥିବା ଏହି ହାଇସ୍କୁଲ ୟୁନିଟ୍ -୯ ହାଇସ୍କୁଲ ସହ ମିଶ୍ରଣ ହେବା ଦ୍ୱାରା ଛାତ୍ରୀମାନଙ୍କ ପାଠପଢ଼ା ପ୍ରଭାବିତ ହେବ ବୋଲି ଅଭିଭାବକ ଅଭିଯୋଗ କରିଛନ୍ତି ।

ବାଳିକା ହାଇସ୍କୁଲ ୟୁନିଟ୍ -୯ ହାଇସ୍କୁଲରେ ମିଶ୍ରଣ ହେଲେ ଛାତ୍ରୀମାନଙ୍କ ପାଠପଢ଼ା ପ୍ରଭାବିତ ହେବ ବୋଲି କହିଛନ୍ତି ଅଭିଭାବକ । ରମାଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ଜମି ଦେବାକୁ ଯାଇ ରାଜ୍ୟ ସରକାର ଏଭଳି ଏକ ପୁରାତନ ଶିକ୍ଷାନୁଷ୍ଠାନର ସତା ହଜାଇଦେବା ନିଷ୍ପତ୍ତିକୁ ଅଭିଭାବକ ଓ ଛାତ୍ରୀ ବିରୋଧ କରିଛନ୍ତି ।

Leave A Reply

Your email address will not be published.