Masthead

ବିଚ୍ ରାସ୍ତାରୁ ଛାତ୍ରୀଙ୍କୁ ଉଠାଇନେଲେ, ପୋଲିସ ଚୁପ

ଚାନ୍ଦବାଲି(ବଡ଼ ଖବର ବ୍ୟୁରୋ): ଟ୍ୟୁସନରୁ ଫେରୁଥିବା ବେଳେ ଯୁବତୀଙ୍କୁ ଜୋରଜବରଦସ୍ତ କାରରେ ଉଠାଇ ନେଲେ ଯୁବକ। ସିସିଟିଭିରେ କଏଦ ହେଲା ଅପହରଣର ଦୃଶ୍ୟ। ଏମିତି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ମହୁଲିଆ ଛକ ନିକଟରେ। ଯୁବତୀ ଜଣକ ଉଗ୍ରତରା ଗାଁର ଗୌରହରି ପଣ୍ଡାଙ୍କ ଝିଅ ମଧୁସ୍ମିତା ପଣ୍ଡା। ପରିବାର ଲୋକେ ଝିଅକୁ ଅପହରଣ କରିନେଇଥିବା ନେଇ ଗତ ୧୯ତାରିଖ ଦିନ ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ପୋଲିସର ହାତ ଖାଲି। ଏନେଇ ପରିବାର ଲୋକେ ଗତ ୧୦ଦିନ ହେଲା ଥାନାକୁ ଦୌଡୁଥିଲେ ମଧ୍ୟ ଝିଅର କୌଣସି ସନ୍ଧାନ ପାଇପାରିନଥିଲେ।

ଏବେ ମହୁଲିଆ ଛକ ନିକଟରେ ଏକ ସିମେଟ ଦୋକାନରୁ ଝିଅ ଅପହରଣ ସିସିଟିଭି ଫୁଟେଜ ମିଳିବାପରେ ଝିଅକୁ ଉଦ୍ଧାର ପାଇଁ ପରିବାର ଲୋକେ ପୋଲିସ ପ୍ରଶାସନକୁ ଆକୁଳ ନିବେଦନ କରିଛନ୍ତି। ତେବେ ଅପହରଣ କରିଥିବା ଯୁବକ ଜଣକ ମତୋ ପରମାନନ୍ଦପୁର ଗାଁର ପୃଥୀରାଜ କରଣ ବୋଲି ଅଭିଯୋଗ ହୋଇଛି। ଗତ ୧୯ତାରିଖ ଦିନ ଝିଅ ସବୁଦିନ ପରି ସକାଳେ ଚାନ୍ଦବାଲିକୁ ଟ୍ୟୁସନ ଯାଇଥିଲେ। ହେଲେ ଟ୍ୟୁସନରୁ ଘରକୁ ଫେରିନଥିଲେ। ଟ୍ୟୁସନ ସାରଙ୍କ ସହ ଯୋଗାଯୋଗ କରିବାରୁ ଝିଅ ଏକ ଟାଟା ମ୍ୟାଜିକ୍ ରେ ଘରକୁ ଯାଇଥିବା ସେ କହିଥିଲେ। ତେବେ ଘରେ ନପହଂଚିବାରୁ ବହୁ ଖୋଜାଖୋଜି ପରେ ଝିଅ ନିଖୋଜ ଥିବା ଜାଣିବାକୁ ପାଇଥିଲେ ।

ପୂର୍ବରୁ ପରମାନନ୍ଦପୁର ଗାଁର ପୃଥିରାଜ କରଣ ଝିଅକୁ ବିଭିନ୍ନ ସମୟରେ ହଇରାଣ କରୁଥିଲା, ତେବେ ସେ ହିଁ ଝିଅକୁ ଅପହରଣ କରିଥିବା ନେଇ ଝିଅର ମା’ ଥାନାରେ ଅଭିଯୋଗ କରିଥିଲେ। ଅନ୍ୟପଟରେ ପୋଲିସ୍ କହିଛି ଝିଅର ମା’ଙ୍କ ଏତଲା ଅନୁଯାୟୀ ନିଖୋଜ ମାମଲା ରୁଜ୍ଜୁ କରି ପୋଲିସ ତଦନ୍ତ ଚଳାଇଛି। ସିସିଟିଭି ଫୁଟେଜ ଏବେ ହସ୍ତଗତ ହୋଇଛି। ଝିଅକୁ ଉଦ୍ଧାର ପରେ ଘଟଣା ସମ୍ପର୍କରେ ସ୍ପଷ୍ଟ ଜଣାପଡିବ। ଏଠାରେ ପ୍ରଶ୍ନ ଉଠୁଛି ଦୀର୍ଘ ୧୦ ଦିନ ହେବ ଝିଅ ଅପହରଣର ଅଭିଯୋଗ ହେଲା ପରେ ମଧ୍ୟ ପୋଲିସର ହାତ ଖାଲି । ୧୦ ଦିନ ହେଲା ପୋଲିସ କରୁଛି କ’ଣ?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି