ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା, ରାଗିଂ ଅଭିଯୋଗ ଆଣିଲେ ପରିବାର ଲୋକେ

କୋରେଇ(ବଡ଼ ଖବର ବ୍ୟୁରୋ): କଲେଜ ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା । ଯାଜପୁର ସରକାରୀ ପଲିଟେକନିକ କଲେଜର ବିରଜା ହଷ୍ଟେଲର ଜଣେ ତୃତୀୟ ବର୍ଷ ଇଲେକ୍ଟ୍ରିକାଲ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି । ହଷ୍ଟେଲ ରୁମରୁ ଝୁଲନ୍ତା ମୃତ ଦେହ ଉଦ୍ଧାର କରାଯାଇଛି । ରାଗିଂର ଶିକାର ହୋଇ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ମୃତ ଛାତ୍ରୀ ଜଣଙ୍କ ହେଉଛନ୍ତି ଯାଜପୁର ଜିଲା ଜେନାପୁର ଥାନା ଷେଣ୍ଢପୁର ଗ୍ରାମ ଅମୂଲ୍ୟ ପାତ୍ରଙ୍କ ଝିଅ ରୋଜାଲିନ ପାତ୍ର । କାହିଁକି ରୋଜାଲିନ ଏଭଳି ଚରମ ନିଷ୍ପତ୍ତି ନେଲେ ସେ ନେଇ କୌଣସି ସୂଚନା ମିଳିପାରିନାହିଁ ।

ସେପଟେ ପରିବାର ଲୋକେ କହିଛନ୍ତି ଝିଅକୁ ସାଙ୍ଗସାଥୀ ସବୁବେଳେ ରାଗିଂ କରୁଥିବା ସେ ଫୋନରେ ଘରକୁ ଜଣେଇଥିଲେ । ତେବେ ଏଥିପାଇଁ ସେ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଘଟଣା ସ୍ଥଳରେ କୋରେଇ ଥାନା ଆଇଆଇସି ସଂଘମିତ୍ରା ମଲିକ ଓ ଯାଜପୁର ଏସଡ଼ିପିଓ ସଞ୍ଜୟ କୁମାର ପଟ୍ଟନାୟକ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ