Masthead

ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା, ରାଗିଂ ଅଭିଯୋଗ ଆଣିଲେ ପରିବାର ଲୋକେ

କୋରେଇ(ବଡ଼ ଖବର ବ୍ୟୁରୋ): କଲେଜ ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା । ଯାଜପୁର ସରକାରୀ ପଲିଟେକନିକ କଲେଜର ବିରଜା ହଷ୍ଟେଲର ଜଣେ ତୃତୀୟ ବର୍ଷ ଇଲେକ୍ଟ୍ରିକାଲ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି । ହଷ୍ଟେଲ ରୁମରୁ ଝୁଲନ୍ତା ମୃତ ଦେହ ଉଦ୍ଧାର କରାଯାଇଛି । ରାଗିଂର ଶିକାର ହୋଇ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ମୃତ ଛାତ୍ରୀ ଜଣଙ୍କ ହେଉଛନ୍ତି ଯାଜପୁର ଜିଲା ଜେନାପୁର ଥାନା ଷେଣ୍ଢପୁର ଗ୍ରାମ ଅମୂଲ୍ୟ ପାତ୍ରଙ୍କ ଝିଅ ରୋଜାଲିନ ପାତ୍ର । କାହିଁକି ରୋଜାଲିନ ଏଭଳି ଚରମ ନିଷ୍ପତ୍ତି ନେଲେ ସେ ନେଇ କୌଣସି ସୂଚନା ମିଳିପାରିନାହିଁ ।

ସେପଟେ ପରିବାର ଲୋକେ କହିଛନ୍ତି ଝିଅକୁ ସାଙ୍ଗସାଥୀ ସବୁବେଳେ ରାଗିଂ କରୁଥିବା ସେ ଫୋନରେ ଘରକୁ ଜଣେଇଥିଲେ । ତେବେ ଏଥିପାଇଁ ସେ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଘଟଣା ସ୍ଥଳରେ କୋରେଇ ଥାନା ଆଇଆଇସି ସଂଘମିତ୍ରା ମଲିକ ଓ ଯାଜପୁର ଏସଡ଼ିପିଓ ସଞ୍ଜୟ କୁମାର ପଟ୍ଟନାୟକ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ