Masthead

ଆଜି ରାଜରାସ୍ତାକୁ ଓହ୍ଲେଇବ ଛାତ୍ର କଂଗ୍ରେସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏ ବର୍ଷ ଛାତ୍ର ସଂସଦ ନିର୍ବାଚନ ନ ହେବା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଘୋଷଣା କରିବା ଦୁର୍ଭାଗ୍ୟଜନକ। ବିଜେଡି ରାସ୍ତାରେ ବିଜେପି ସରକାର ଯାଉଥିବା ଛାତ୍ର କଂଗ୍ରେସ ସଭାପତି ଉଦିତ୍‌ ପ୍ରଧାନ ଅଭିଯୋଗ କରିଛନ୍ତି। କଂଗ୍ରେସ ଭବନଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଉଦିତ୍‌ କହିଛନ୍ତି, ଏଭଳି ନିଷ୍ପତ୍ତିକୁ ଛାତ୍ର କଂଗ୍ରେସ ସହ୍ୟ କରିବ ନାହିଁ। ଛାତ୍ର ସଂସଦ ନିର୍ବାଚନ ନ ହେଲେ ଛାତ୍ର କଂଗ୍ରେସ ରାଜ୍ୟବ୍ୟାପୀ ରାସ୍ତାକୁ ଓହ୍ଲାଇବ ବୋଲି ସେ କହିଛନ୍ତି।

ତେବେ ଏହାକୁ ନେଇ ଆଜି ରାଜରାସ୍ତାକୁ ଓହ୍ଲେଇବ ଛାତ୍ର କଂଗ୍ରେସ । ଛାତ୍ରଛାତ୍ରୀଙ୍କୁ ତାଙ୍କ ଅଧିକାର ଫେରେଇ ଦେବାକୁ ଦାବି କରାଯାଇଛି । ସରକାର କୌଣସି ପଦକ୍ଷେପ ନେଉ ନଥିବାରୁ ଆଜି ଛାତ୍ର ସଭାପତିଙ୍କ ନେତୃତ୍ୱରେ ରାଜରାସ୍ତାରେ ଓହ୍ଲାଇ ଆନ୍ଦୋଳନ କରିବ ଛାତ୍ର କଂଗ୍ରେସ। ସେପଟେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି ଏବିଭିପି ରାଜ୍ୟ ସମ୍ପାଦକ ଅରଜିତ ପଟ୍ଟନାୟକ । ରାଜ୍ୟରେ ଓ ଦେଶରେ ଅସ୍ତିତ୍ୱ ନଥିବା ଦଳ କଣ କହିବ ବୋଲି କହିବା ସହ କଟାକ୍ଷ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ