Masthead

ଆଜି ରାଜରାସ୍ତାକୁ ଓହ୍ଲେଇବ ଛାତ୍ର କଂଗ୍ରେସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏ ବର୍ଷ ଛାତ୍ର ସଂସଦ ନିର୍ବାଚନ ନ ହେବା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଘୋଷଣା କରିବା ଦୁର୍ଭାଗ୍ୟଜନକ। ବିଜେଡି ରାସ୍ତାରେ ବିଜେପି ସରକାର ଯାଉଥିବା ଛାତ୍ର କଂଗ୍ରେସ ସଭାପତି ଉଦିତ୍‌ ପ୍ରଧାନ ଅଭିଯୋଗ କରିଛନ୍ତି। କଂଗ୍ରେସ ଭବନଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଉଦିତ୍‌ କହିଛନ୍ତି, ଏଭଳି ନିଷ୍ପତ୍ତିକୁ ଛାତ୍ର କଂଗ୍ରେସ ସହ୍ୟ କରିବ ନାହିଁ। ଛାତ୍ର ସଂସଦ ନିର୍ବାଚନ ନ ହେଲେ ଛାତ୍ର କଂଗ୍ରେସ ରାଜ୍ୟବ୍ୟାପୀ ରାସ୍ତାକୁ ଓହ୍ଲାଇବ ବୋଲି ସେ କହିଛନ୍ତି।

ତେବେ ଏହାକୁ ନେଇ ଆଜି ରାଜରାସ୍ତାକୁ ଓହ୍ଲେଇବ ଛାତ୍ର କଂଗ୍ରେସ । ଛାତ୍ରଛାତ୍ରୀଙ୍କୁ ତାଙ୍କ ଅଧିକାର ଫେରେଇ ଦେବାକୁ ଦାବି କରାଯାଇଛି । ସରକାର କୌଣସି ପଦକ୍ଷେପ ନେଉ ନଥିବାରୁ ଆଜି ଛାତ୍ର ସଭାପତିଙ୍କ ନେତୃତ୍ୱରେ ରାଜରାସ୍ତାରେ ଓହ୍ଲାଇ ଆନ୍ଦୋଳନ କରିବ ଛାତ୍ର କଂଗ୍ରେସ। ସେପଟେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି ଏବିଭିପି ରାଜ୍ୟ ସମ୍ପାଦକ ଅରଜିତ ପଟ୍ଟନାୟକ । ରାଜ୍ୟରେ ଓ ଦେଶରେ ଅସ୍ତିତ୍ୱ ନଥିବା ଦଳ କଣ କହିବ ବୋଲି କହିବା ସହ କଟାକ୍ଷ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ