Masthead

ମାର୍ଚ୍ଚ ୬ରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମାର୍ଚ୍ଚ ୬ରେ ମିଳିବ ସୁଭଦ୍ରା ଟଙ୍କା । ସୁଭଦ୍ରା ଯୋଜନାରେ ମହିଳାଙ୍କୁ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ଦିଆଯିବ । ହିତାଧିକାରୀଙ୍କ ଖାତାକୁ ଯିବ ୫ ହଜାର ଟଙ୍କା । ପଞ୍ଚମ କିସ୍ତିରେ ୧ ଲକ୍ଷ ୭୦ ହଜାର ମହିଳା ଏହି ଟଙ୍କା ପାଇବେ । ଏନେଇ ଗତକାଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସେହିଭଳି ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସରେ ଦ୍ବିତୀୟ କିସ୍ତି ପ୍ରଦାନ କରାଯିବ ।

ହିତାଧିକାରୀଙ୍କୁ ପ୍ରଥମ, ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ପର୍ୟ୍ୟାୟରେ ସୁଭଦ୍ରା ଟଙ୍କା ମିଳି ସାରିଛି। ଏବେ ୬ ତାରିଖରେ ୫ ପର୍ଯ୍ୟାୟ ଟଙ୍କା ମିଳିବ । ଚଳିତ ବର୍ଷ ମହିଳା ହିତାଧିକାରୀମାନେ ୩ ଥର ପାଇବେ ସୁଭଦ୍ରା ଟଙ୍କା । ମାର୍ଚ୍ଚ ୮ ଓ ରକ୍ଷା ବନ୍ଧନରେ ବି ସୁଭଦ୍ରା ଟଙ୍କା ମିଳିବ। ୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ । ତା’ଭିତରେ ଯେଉଁମାନେ ବି ଆବେଦନ କରିବେ, ସମସ୍ତଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ । ଗତବର୍ଷ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ