Masthead

ମାର୍ଚ୍ଚ ୬ରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମାର୍ଚ୍ଚ ୬ରେ ମିଳିବ ସୁଭଦ୍ରା ଟଙ୍କା । ସୁଭଦ୍ରା ଯୋଜନାରେ ମହିଳାଙ୍କୁ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ଦିଆଯିବ । ହିତାଧିକାରୀଙ୍କ ଖାତାକୁ ଯିବ ୫ ହଜାର ଟଙ୍କା । ପଞ୍ଚମ କିସ୍ତିରେ ୧ ଲକ୍ଷ ୭୦ ହଜାର ମହିଳା ଏହି ଟଙ୍କା ପାଇବେ । ଏନେଇ ଗତକାଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସେହିଭଳି ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସରେ ଦ୍ବିତୀୟ କିସ୍ତି ପ୍ରଦାନ କରାଯିବ ।

ହିତାଧିକାରୀଙ୍କୁ ପ୍ରଥମ, ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ପର୍ୟ୍ୟାୟରେ ସୁଭଦ୍ରା ଟଙ୍କା ମିଳି ସାରିଛି। ଏବେ ୬ ତାରିଖରେ ୫ ପର୍ଯ୍ୟାୟ ଟଙ୍କା ମିଳିବ । ଚଳିତ ବର୍ଷ ମହିଳା ହିତାଧିକାରୀମାନେ ୩ ଥର ପାଇବେ ସୁଭଦ୍ରା ଟଙ୍କା । ମାର୍ଚ୍ଚ ୮ ଓ ରକ୍ଷା ବନ୍ଧନରେ ବି ସୁଭଦ୍ରା ଟଙ୍କା ମିଳିବ। ୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ । ତା’ଭିତରେ ଯେଉଁମାନେ ବି ଆବେଦନ କରିବେ, ସମସ୍ତଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ । ଗତବର୍ଷ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ