Masthead

ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଖୋଲିବ ସୁଭଦ୍ରା  ପୋର୍ଟାଲ୍‌ । ୨୦୨୫-୨୬ ଆର୍ଥିକ  ବର୍ଷରେ ନୂତନ ପଞ୍ଜିକରଣ ପାଇଁ  ପୋର୍ଟାଲ୍‌ ଖୋଲିବା ନେଇ ଘୋଷଣା  କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ  ପରିଡ଼ା । ନୂତନ ପଞ୍ଜିକରଣ ପାଇଁ  ନଭେମ୍ବର ୧ରୁ ୩୦ ତାରିଖ ପର୍ଯ୍ୟନ୍ତ  ଆବେଦନ କରି ହେବ । ଆଦର୍ଶ  ଆଚରଣ ବିଧି ପାଳନ ଦୃଷ୍ଟିରୁ  ନୂଆପଡ଼ା ବ୍ୟତୀତ ଅନ୍ୟ ସମସ୍ତ  ଜିଲ୍ଲାରେ ଏହି ପୋର୍ଟାଲ୍‌ ଖୋଲାଯିବ

ନୂଆ ଆବେଦନକାରୀମାନେ ଯୋଗ୍ୟ ବିବେଚିତ ହେଲେ ଆସନ୍ତା ମାର୍ଚ୍ଚ ୮ ତାରିଖରେ ସେମାନଙ୍କୁ ସୁଭଦ୍ରା କିସ୍ତି ମିଳିବ। ତେବେ ନୂଆପଡ଼ାରେ ଉପନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବାରୁ ସେଠାରେ ସୁଭଦ୍ରା ପୋର୍ଟାଲ୍‌ ଖୋଲିବ ନାହିଁ। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଧାର୍ଯ୍ୟ ୨୦୨୫ ଏପ୍ରିଲ ପହିଲା ସୁଦ୍ଧା ମହିଳାଙ୍କ ବୟସ ୨୧ ବର୍ଷ କିମ୍ବା ତା’ଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହେବା ଆବଶ୍ୟକ। ତେଣୁ ଆବେଦନକାରୀଙ୍କ ଜନ୍ମ ତାରିଖ ୨ ଏପ୍ରିଲ ୧୯୬୫ଠାରୁ ଏପ୍ରିଲ ପହିଲା ୨୦୦୪ ମଧ୍ୟରେ ହୋଇଥିବା ଉଚିତ ।

ରାଜ୍ୟର ସମସ୍ତ  ଅଙ୍ଗନବାଡ଼ି କେନ୍ଦ୍ର ଏବଂ ଶିଶୁ ବିକାଶ  ପ୍ରକଳ୍ପ ଅଧିକାରୀଙ୍କ କାର୍ଯ୍ୟାଳୟରେ ବିନା  ଦେୟରେ ସୁଭଦ୍ରା ଆବେଦନ ପତ୍ର  ଉପଲବ୍ଧ ହେବ । ଏତଦ୍‌ବ୍ୟତୀତ ନିକଟସ୍ଥ ଆମ ସେବା କେନ୍ଦ୍ର କିମ୍ବା  ଜନସେବା କେନ୍ଦ୍ରରେ ମଧ୍ୟ ଦେୟମୁକ୍ତ ଭାବେ ପଞ୍ଜିକରଣ  କରିପାରିବେ । ଏଥି ନିମନ୍ତେ ନିଜର ଆଧାର ନମ୍ବର  ଓ ଆଧାର ସହ ଲିଙ୍କ୍‌ ଥିବା ମୋବାଇଲ୍‌ ନମ୍ବର  ପ୍ରଦାନ କରିବାକୁ ହେବ । ଯୋଗ୍ୟ ବିବେଚିତ ସମସ୍ତ  ଆବେଦନକାରୀଙ୍କୁ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ  ଦୁଇଟି କିସ୍ତି ପ୍ରଦାନ କରାଯିବ ଓ ଯଦି ସେମାନଙ୍କ  ଯୋଗ୍ୟତା ବଜାୟ ରହେପରବର୍ତ୍ତୀ ବର୍ଷଗୁଡ଼ିକରେ  ମଧ୍ୟ ଏହି ସୁବିଧା ମିଳିବ । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର