ଆଜିଠୁ ସବୁ ପଞ୍ଚାୟରେ ହେବ ‘ସୁଭଦ୍ରା ରାଲି’

ଭୁବନେଶ୍ୱର( ବଡ଼ ଖବର ବ୍ୟୁରୋ): ଆଜିଠୁ ସବୁ ପଞ୍ଚାୟରେ ହେବ ‘ସୁଭଦ୍ରା ରାଲି’। ମହିଳା ସଶକ୍ତିକରଣ ଓ ସାମାଜିକ କଲ୍ୟାଣ ବାର୍ତ୍ତା ନେଇ ଏହି ରାଲି ଆୟୋଜନ କରାଯିବ। ଏଥିରେ ଏସଏଚଜି ମହିଳା, ଛାତ୍ରୀମାନେ ସାମିଲ ହେବେ । ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ ପର୍ୟ୍ୟନ୍ତ ରାଲି ଚାଲିବ । ମହିଳା ସଶକ୍ତିକରଣ ଓ ସାମାଜିକ କଲ୍ୟାଣ ବାର୍ତ୍ତା ଆଧାରରେ ଏହି ରାଲି ଅନୁଷ୍ଠିତ ହେବ ।

ରାଜ୍ୟର ୬ ହଜାର ୪୯୪ଟି ସ୍ଥାନରେ ସୁଭଦ୍ରା ରାଲିର ଆୟୋଜନ କରାଯାଇଛି । ସୁଭଦ୍ରା ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ପାଇଁ ପଥପ୍ରାନ୍ତ ସଭାର ମଧ୍ୟ ଆୟୋଜନ କରାଯିବ । ଯୋଜନାକୁ ବ୍ୟାପକ କରିବାକୁ ଲକ୍ଷ୍ୟ ରହିଛି ବୋଲି ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଆସନ୍ତାକାଲି ୧ ଲକ୍ଷ ୭୦ ହଜାର ସୁଭଦ୍ରା ହିତାଧିକାରୀ ପ୍ରଥମ କିସ୍ତିର ପଞ୍ଚମ ପର୍ୟ୍ୟାୟ ଟଙ୍କା ପାଇବେ । ୮ ତାରିଖ ମହିଳା ଦିବସ ଅବସରରେ ପ୍ରାୟ ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଦ୍ବିତୀୟ କିସ୍ତି ଟଙ୍କା ଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’