Masthead

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଖାତାକୁ ଆସିବ ସୁଭଦ୍ରା ଟଙ୍କା। ଏଥର ୩୫ଲକ୍ଷରୁ ଅଧିକ ମହିଳା ପାଇବେ ଲାଭ । ଆଜି ଦିନ ୧୨ଟା ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ପ୍ରଥମ କିସ୍ତିର ଦ୍ବିତୀୟ ପର୍ୟ୍ୟାୟ ଟଙ୍କା ଆସିବ। ଏହି ପର୍ୟ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ମିଳିବ। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାଠାରେ ପ୍ରଥମ କିସ୍ତିର ଏହି ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ବଣ୍ଟନ କରିବେ ।

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଣମାଧ୍ୟମକୁ କହିଛନ୍ତି, ସୋମବାର ସନ୍ଧ୍ୟା ସୁଦ୍ଧା ସୁଭଦ୍ରା ଯୋଜନା ପାଇଁ ୧ କୋଟିରୁ ଅଧିକ ମହିଳା ଆବେଦନ କରି ପଞ୍ଜିକୃତ ହୋଇଛନ୍ତି । ମହିଳାମାନେ ଏତେ ସଂଖ୍ୟାରେ ସୁଭଦ୍ରା ଯୋଜନା ପାଇଁ ଆଗ୍ରହ ଦେଖାଇଛନ୍ତି । ଡିଜିଟାଲ ବ୍ୟବସ୍ଥାରେ ବି ଆମ ମହିଳାମାନେ କେତେ ଦକ୍ଷ, ତାହା ସେମାନେ ପ୍ରମାଣିତ କରିଛନ୍ତି ।

 ଗତ ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମ କିସ୍ତିର ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୨୫ ଲକ୍ଷ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା । ବୁଧବାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯିବ । ଡିସେମ୍ବର ସୁଦ୍ଧା ୧ କୋଟିରୁ ଅଧିକ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ ।

ସେପଟେ ଛଉପଡିଆରେ ଆୟୋଜିତ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସାମିଲ ହୋଇ ହିତାଧିକାରୀଙ୍କ ଟଙ୍କା ପଠାଇବେ। ସୁଭଦ୍ରା ଯୋଜନାରେ ମୋଟ୍ ୧ କୋଟି ମହିଳା ପଞ୍ଜିକରଣ କରିସାରିଛନ୍ତି। ଦ୍ବିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଟଙ୍କା ଦିଆଯିବ। ତେବେ ଯେଉଁମାନେ ଏହି ପର୍ୟ୍ୟାୟରେ ସାମିଲ ହେବେ ନାହିଁ ସେମାନଙ୍କୁ ନିରାଶ ନହେବାକୁ ଅପିଲ କରିଛନ୍ତି ଉପମୁଖ୍ୟମନ୍ତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ