Masthead

ଶୁଭଲକ୍ଷ୍ମୀ ସୁଇସାଇଡ ସସପେନ୍ସ, ଆଜି ଆସିବ ଶବ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଶୁଭଲକ୍ଷ୍ମୀ ସୁଇସାଇଡ ସସପେନ୍ସ । ଆତ୍ମହତ୍ୟା ନା ହତ୍ୟା ଲାଗି ରହିଛି ସନେ୍ଦହ । ଆଜି ଆସିବ ଶବ ବ୍ୟବଚ୍ଛେଦ ଏବଂ ଏସଏଫଏସଏଲ ରିପୋର୍ଟ । ସେପଟେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କୁ ମାରାଥନ ଜେରା କରିଛି ପୋଲିସ । ମୃତ୍ୟୁ ପୂର୍ବରୁ ଶୁଭଲକ୍ଷ୍ମୀଙ୍କ ପାଖକୁ କିଏ ଏବଂ ଶୁଭଲକ୍ଷ୍ମୀ କାହାକୁ ଫୋନ କରିଥିଲେ । କାହା ସହିତ ଶେଷଥର ପାଇଁ କଥା ହୋଇଥିଲେ ଶୁଭଲକ୍ଷ୍ମୀ । ଏନେଇ ଏସଏଫଏସଏଲ ରିପୋର୍ଟ ତଥ୍ୟ ଅନୁସାରେ ତଦନ୍ତକୁ ଆହୁରି ଜୋରଦାର କରାଯିବ । ସେପଟେ ଶୁଭଲକ୍ଷ୍ମୀଙ୍କ ରିଲ୍ସରେ ନଜର ଆସୁଥିବା ପୁରୁଷବନ୍ଧୁଙ୍କୁ ମାରାଥନ ଜେରା କରିଛି ଲକ୍ଷ୍ମୀସାଗର ପୋଲିସ ।

୨ ତାରିଖରୁ ୪ ତାରିଖ ମଧ୍ୟରେ ହୋଟେଲ ରୁମରେ ଶୁଭଲକ୍ଷ୍ମୀ କାହା ସହ ମିଶିଥିଲେ ? ସେ ସବୁ ଜାଣିବା ପାଇଁ ସିସିଟିଭି ଯାଞ୍ଚ କରାଯାଇଛି । ଅନ୍ୟପଟେ ଭାଇରାଲ ଭିଡିଓକୁ ନେଇ ମଧ୍ୟ ତଦନ୍ତ କରୁଛି ପୋଲିସ । ଅଶ୍ଳୀଳ ଭିଡିଓ ଘୁରି ବୁଲିବା ପରେ ମାନସିକ ଅବସାଦଗସ୍ତ ହୋଇ ଶୁଭଲକ୍ଷ୍ମୀ ଆତ୍ମହତ୍ୟା କରିନାହାନ୍ତି ତ ? ଜଣେ ବାର କର୍ମଚାରୀଙ୍କ ସହିତ ମଧ୍ୟ ତାଙ୍କର ସମ୍ପର୍କ ଥିବା ପୋଲିସ ସନ୍ଦେହ କରୁଛି । ସେପଟେ ହତ୍ୟା ଅଭିଯୋଗ ଆଣିଛନ୍ତି ଶୁଭଲକ୍ଷ୍ମୀଙ୍କ ପରିବାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି