Masthead

ପରଲୋକରେ ସବନମ

ଭୁବନେଶ୍ୱର(ବଡ ଖବର ବ୍ୟୁରୋ): କରୋନାରେ ଆଖି ବୁଜିଲେ ରାଜ୍ୟର ଆଉ ଜଣେ ସାମ୍ବାଦିକା । ରେଡିଓ ତଥା ଟେଲିଭିଜନ ଉପସ୍ଥାପିକା ସବନମ୍ ସିରିନଙ୍କ ପରଲୋକ | କୋରୋନାରେ ସଂକ୍ରମିତ ପରେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ | କିନ୍ତୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ପରିବର୍ତ୍ତନ ହୋଇନଥିଲା । ଚିକିତ୍ସାଧିନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୮ ବର୍ଷ ହୋଇଥିଲା । ଗତ କିଛିଦିନ ତଳେ ତାଙ୍କ ସ୍ୱାମୀ କରୋନାରେ ଆକ୍ରାନ୍ତ ହୋଇଥିଲେ ।

ଏହାପରେ ସେ କରୋନା ପଜିଟିଭ ହୋଇଥିଲେ । ସବନମ ଭଏସ ଅଫ୍ ସୋଆ କମ୍ୟୁନିଟି ୯୦.୪ ରେ ଆରଜେ ଭାବରେ କାର୍ୟ୍ୟରତ ଥିଲେ | ରେଡିଓ ସହ ସେ ବିଭିନ୍ନ ଆଞ୍ଚଳିକ ଗଣମାଧ୍ୟମରେ ମଧ୍ୟ କାମ କରିଛନ୍ତି । ସିରିନଙ୍କ ମୃତ୍ୟୁରେ ବିଭିନ୍ନ ମହଲରୁ ଶୋକ ପ୍ରକାଶ ପାଇଛି । ସବନମ ସିରିନ ଇଗନୋରୁ ଜର୍ଣ୍ଣାଲିଜିମ କରିଥିଲେ । ସେ କେବଳ ଜଣେ ଦକ୍ଷ ସାମ୍ବାଦିକା ନୁହଁନ୍ତି ଭଲ ମଣିଷଟିଏ ମଧ୍ୟ ଥିଲେ । ଏଭଳି ଜଣେ ଦକ୍ଷ ସାମ୍ବାଦିକାଙ୍କୁ ହରାଇବା ସାମ୍ବାଦିକ ଜଗତର ଏକ ବିରାଟ କ୍ଷତି । ଏହାପୂର୍ବରୁ ରାଜ୍ୟରେ ବହୁ ସାମ୍ବାଦିକଙ୍କ କୋରୋନାରେ ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର