Masthead

‘ସ୍ୟାଣ୍ଟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, (ବଡ଼ ଖବର ବ୍ୟୁରୋ) : ଆଜି ଆଇଟିଆର ପକ୍ଷରୁ ସ୍ୟାଣ୍ଟ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି । ଟ୍ୟାଙ୍କ ବିଧ୍ୱଂସୀ କ୍ଷେପଣାସ୍ତ୍ର ସ୍ୟାଣ୍ଟର ଆଜି ୧୧.୪୫ ମିନିଟ ସମୟରେ ପରୀକ୍ଷଣ ହୋଇଛି । ବାଲେଶ୍ୱର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟି ସ୍ଥିତ ୩ ନମ୍ବର ଲଞ୍ଚପ୍ୟାଡରୁ ସ୍ୟାଣ୍ଟର ପରୀକ୍ଷଣ କରାଯାଇଛି । ଏହି କ୍ଷେପଣାସ୍ତ୍ର ଆକାଶ ମାର୍ଗରୁ ଭୂପୃଷ୍ଠକୁ ନିକ୍ଷେପ କରିବାର କ୍ଷମତା ରଖିଥାଏ । କ୍ଷେପଣାସ୍ତ୍ର ସ୍ୟାଣ୍ଟ ନିକଟରେ ଶତ୍ରୁ ପକ୍ଷର ଟ୍ୟାଙ୍କ ଧ୍ୱଂସ କରିବା କ୍ଷମତା ମଧ୍ୟ ରହିଛି । କ୍ଷେପଣାସ୍ତ୍ର ସ୍ୟାଣ୍ଟର ଲକ୍ଷ୍ୟଭେଦ କ୍ଷମତା ୨୦ କିଲୋମିଟର । ଏହାର ଉଭୟ ‘ଲକ ଅନ ଆପ୍ଟର ଲଞ୍ଚ ଓ ଲକ ଅନ ବିଫୋର ଲଞ୍ଚ’ ସୁବିଧା ରହିଛି । ଏହାର ସଫଳତା ପରୀକ୍ଷଣ ପରେ ନୌବାହିନୀ ପୂର୍ବଠାରୁ ଆହୁରି ଶକ୍ତିଶାଳୀ ହେବ ବୋଲି କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା