Masthead

ଭାରତୀୟ ଯବାନଙ୍କୁ ସଫଳତା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତ-ପାକିସ୍ତାନ ସୀମାରେ ୨ ପାକିସ୍ତାନୀ ଅନୁପ୍ରବେଶକାରୀ ନିହତ । ଅଟାରୀ ସୀମାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଅନୁପ୍ରବେଶକାରୀ ନିହତ ହୋଇଥିବା ସୂଚନା ମିଳିଛି । ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କଲେ ବିଏସଏଫ ଯବାନ । ଅମୃତସରର ଅଟାରୀ ସୀମାରେ ବିଳମ୍ବିତ ରାତିରେ ଦୁଇ ପାକିସ୍ତାନୀ ଅନୁପ୍ରବେଶକାରୀ ଅନୁପ୍ରବେଶ କରିବାକୁ ଉଦ୍ୟମ କରିଥିଲେ । ପରେ ଉଭୟ ପକ୍ଷରୁ ଗୁଳି ବର୍ଷଣ ଆରମ୍ଭ ହୋଇଥିଲା ।

ବିଏସଏଫ ଯବାନଙ୍କ ଗୁଳିରେ ଦୁଇ ଜଣ ଅନୁପ୍ରବେଶକାରୀ ନିହତ ହୋଇଥିବା ସୂଚନା ମିଳିଛି । ଅନୁପ୍ରବେଶକାରୀଙ୍କ ପାଖରେ ହତିଆର ମହଜୁଦ ଥିବା ମଧ୍ୟ ଅନୁମାନ କରାଯାଉଛି । ଅନ୍ୟପଟେ ନଭେମ୍ବର ୭-୮ ତାରିଖରେ କାଶ୍ମୀରର କୁପୱାଡ଼ାରେ ଆତଙ୍କବାଦୀମାନେ ଅନୁପ୍ରବେଶ କରୁଥିବା ସମୟରେ ସୋମାନଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ କରିଥିଲେ ଜବାନ । ଆତଙ୍କବାଦଙ୍କ ଏହି ଅପରେଶନରେ ଦୁଇଜଣ ଭାରତୀୟ ଯବାନ ମଧ୍ୟ ସହୀଦ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ