Masthead

ସୁଦାନରେ ଥମୁନି ଗୃହଯୁଦ୍ଧ, ୬୦୦ ରୁ ଅଧିକ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସୁଦାନରେ ଥମୁନି ଗୃହଯୁଦ୍ଧ । ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ସ୍ଥିତିରେ ସୁଧାର ଆସିବା ପରିବର୍ତ୍ତେ ଆହୁରି ବିଗିଡ଼ିବାରେ ଲାଗିଛି । ଏଥିସହ ସୁଦାନରେ ହାଉସା ଏବଂ ନୁବା ନାମକ ୨ଆଦିବାସୀ ସମ୍ପ୍ରଦାୟ ମଧ୍ୟରେ ହିଂସା ଲାଗି ରହିଛି । ଏହି ହିଂସାରେ ୩ଦିନ ମଧ୍ୟରେ ୨୫ ଜଣଙ୍କ ମୃତ୍ୟୁ ହୋଇଛି । ଦେଶର ପ୍ରତିଦ୍ୱନ୍ଦ୍ୱୀ ଟପ ଜେନେରାଲଙ୍କ ମଧ୍ୟରେ ମୁହାଁମୁହିଁ ହେବାର ଆଶଙ୍କା ବଢ଼ିଛି।

ଆଦିବାସୀ ସଂଘର୍ଷ ସେନା ମୁଖ୍ୟ ଜେନେରାଲ ଅବଦେଲ ଫତ୍ତାହ ବୁରହାନ ଏବଂ ସାମରିକ ସାମରିକ ଜେନେରାଲ ମହମ୍ମଦ ହାମଦାନ ଡାଗାଲୋଙ୍କ ମଧ୍ୟରେ ଚାଲିଥିବା ବିବାଦ ଏହା ସହ ଜଡିତ କି ନାହିଁ ତାହା ଏପର୍ୟ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଦେଶବ୍ୟାପୀ ବିବାଦରେ ଏପର୍ଯ୍ୟନ୍ତ ୬୦୦ ରୁ ଅଧିକଙ୍କ ଜୀବନ ଗଲାଣି। ହଜାର ହଜାର ଲୋକ ବିସ୍ଥାପିତ ହୋଇଛନ୍ତି। ଏଥି ସହିତ ହିଂସା ଅନ୍ୟ ଅଞ୍ଚଳରେ ମଧ୍ୟ ବ୍ୟାପିଛି। ଜାତିସଂଘର ସ୍ଥାନାନ୍ତରଣ ଏଜେନ୍ସି କହିଛି, ବର୍ତ୍ତମାନ ସୁଦାନରେ ଚାଲିଥିବା ହିଂସା ଯୋଗୁଁ ୭ ଲକ୍ଷ ଲୋକ ବିସ୍ଥାପିତ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ