Masthead

ଅଚାନକ ବ୍ୟାଙ୍କ ଆକାଉଣ୍ଟରେ ହଜାର ହଜାର ଟଙ୍କା, ବ୍ୟାଙ୍କରେ ଗ୍ରାହକଙ୍କ ଭିଡ

କେନ୍ଦ୍ରାପଡା(ବଡ଼ ଖବର ବ୍ୟୁରୋ): ଅଚାନକ ବ୍ୟାଙ୍କ ଆକାଉଣ୍ଟରେ ହଜାର ହଜାର ଟଙ୍କା ଡିପୋଜିଟ ହୋଇଥିବା ନେଇ ମୋବାଇଲକୁ ମେସେଜ ଆସିବା ପରେ ଆଜି ବ୍ୟାଙ୍କରେ ଗ୍ରାହକ ମାନଙ୍କ ଭିଡ଼ ଦେଖିବାକୁ ମିଳିଥିଲା l ଜଣେ ନୁହେଁ କି ଦୁଇ ଜଣ ନୁହେଁ ଶତାଧିକ ଲୋକଙ୍କ ଆକାଉଣ୍ଟକୁ ଆସିଥିଲା ଟଙ୍କା l ଦୁଇ ହଜାର ଟଙ୍କାଠୁ ଆରମ୍ଭ କରି ଦୁଇ ଲକ୍ଷ ପର‌୍ୟ୍ୟନ୍ତ ଆକାଉଣ୍ଟରେ ଟଙ୍କା ଡିପୋଜିଟ ହେବା ପରେ ଗ୍ରାହକ ମାନେ ଆଜି ସକାଳୁ ବ୍ୟାଙ୍କରେ ଭିଡ଼ ଲଗାଇ ଥିଲେ l

ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଆଳି ବାଟିପଡା ଗ୍ରାମ୍ୟବ୍ୟାଙ୍କ ଶାଖାରେ l ବ୍ୟାଙ୍କ ଅଧୀନରେ ଥିବା ବାଟିପଡା,ସହିରା, ନୂଆପଡା, ସାନମଙ୍ଗ ଭଳି ଆଖପାଖ ଅଞ୍ଚଳର ବ୍ୟାଙ୍କ ହିତାଧିକାରୀ ମାନେ ସେମାନଙ୍କ ଆକାଉଣ୍ଟରୁ ଟଙ୍କା ଉଠାଣ କରିବା ସହିତ ଚେକିଙ୍ଗ କରିବାକୁ ଆସିଥିଲେ l ଲୋକଙ୍କ ଭିଡ଼କୁ ଲକ୍ଷ କରି ପଟ୍ଟାମୁଣ୍ଡାଇ ଏସଡିପିଓ ଓ ଆଳି ଆଇଆଇସି ବ୍ୟାଙ୍କରେ ପହଞ୍ଚି ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିଥିଲେ l ବ୍ୟାଙ୍କ ପରିଚାଳକ ମଧ୍ୟ ଏକା ସଙ୍ଗେ ଏତେ ଗୁଡିଏ ଆକାଉଣ୍ଟକୁ କେଉଁଠୁ ଟଙ୍କା ଆସିଲା ତାହାକୁ ନେଇ ସନ୍ଦେହରେ ରହିଛନ୍ତି l

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ