Masthead

ବିଲ ମଝିରେ ଆତ୍ମାହୁତି ଉଦ୍ୟମ

କରଞ୍ଜିଆ (ବଡ଼ ଖବର ବ୍ୟୁରୋ):  ବିଲ ମଝିରେ ପେଟ୍ରୋଲ ଢ଼ାଳି ମହିଳା ଓ ପୁରୁଷ ଆତ୍ମାହୁତି ଉଦ୍ୟମ। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ରରୁଆଁ ଥାନା ଖିଚିଂ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଶୁକୃଳୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା ହେଲେ ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ ଘଟିଛି।  ଶୁକ୍ରବାର ସକାଳ ପ୍ରାୟ ସାଢେ଼ ୮ଟା ବେଳେ କରଞ୍ଜିଆ ରରୁଆଁ ଥାନା ଖିଚିଂ ଗାଁରେ ବିଲ ମଝିରେ ଜଣେ ମହିଳା ଏବଂ ଜଣେ ପୁରୁଷ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିଲେ ।

ସେମାନଙ୍କୁ ଜଳି ଯାଉଥିବା ଦେଖି ମହିଳାଙ୍କ ଭାଇ ଓ ସ୍ଥାନୀୟ ଲୋକେ ବିଲ ମଝିରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ଉଭୟଙ୍କୁ ଶୁକୃଳୀ ମେଡିକାଲରେ ଭର୍ତ୍ତି କରିଥିଲେ ହେଲେ ମହିଳାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ମୃତ ମହିଳା ଜଣଙ୍କ ପାତା ସାହିର ଭାରତୀ ପାତ୍ର ବୋଲି ଜଣାପଡିଛି। ଅନ୍ୟ ଗୁରୁତର ପୁରୁଷ ଜଣଙ୍କ ଚିକିତ୍ସା ଜାରି ରହିଛି। ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି।  ଘଟଣା ସ୍ଥଳରେ ରରୁଆଁ ପୁଲିସର ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ