Masthead

ବିଲ ମଝିରେ ଆତ୍ମାହୁତି ଉଦ୍ୟମ

କରଞ୍ଜିଆ (ବଡ଼ ଖବର ବ୍ୟୁରୋ):  ବିଲ ମଝିରେ ପେଟ୍ରୋଲ ଢ଼ାଳି ମହିଳା ଓ ପୁରୁଷ ଆତ୍ମାହୁତି ଉଦ୍ୟମ। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ରରୁଆଁ ଥାନା ଖିଚିଂ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଶୁକୃଳୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା ହେଲେ ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ ଘଟିଛି।  ଶୁକ୍ରବାର ସକାଳ ପ୍ରାୟ ସାଢେ଼ ୮ଟା ବେଳେ କରଞ୍ଜିଆ ରରୁଆଁ ଥାନା ଖିଚିଂ ଗାଁରେ ବିଲ ମଝିରେ ଜଣେ ମହିଳା ଏବଂ ଜଣେ ପୁରୁଷ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିଲେ ।

ସେମାନଙ୍କୁ ଜଳି ଯାଉଥିବା ଦେଖି ମହିଳାଙ୍କ ଭାଇ ଓ ସ୍ଥାନୀୟ ଲୋକେ ବିଲ ମଝିରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ଉଭୟଙ୍କୁ ଶୁକୃଳୀ ମେଡିକାଲରେ ଭର୍ତ୍ତି କରିଥିଲେ ହେଲେ ମହିଳାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ମୃତ ମହିଳା ଜଣଙ୍କ ପାତା ସାହିର ଭାରତୀ ପାତ୍ର ବୋଲି ଜଣାପଡିଛି। ଅନ୍ୟ ଗୁରୁତର ପୁରୁଷ ଜଣଙ୍କ ଚିକିତ୍ସା ଜାରି ରହିଛି। ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି।  ଘଟଣା ସ୍ଥଳରେ ରରୁଆଁ ପୁଲିସର ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ