Masthead

ତହସିଲ ଅଫିସ ଆଗରେ ଆତ୍ମାହୂତି ଉଦ୍ୟମ

ସାଲେପୁର (ବଡ଼ ଖବର ବ୍ୟୁରୋ): କଟକ କିଶନନଗର ବିଶ୍ବାଳପଡା ଶୀତଳ ଭଣ୍ଡାରରେ ବାରମ୍ବାର ଗ୍ୟାସ ଲିକ୍ ଘଟଣାର ତଦନ୍ତ କରିବା ସହ ତୁରନ୍ତ ଶୀତଳ ଭଣ୍ଡାରକୁ ବନ୍ଦ କରିବା ଦାବିରେ ସ୍ଥାନୀୟ ମହିଳାମାନେ କିଶନନଗର ତହସିଲଦାର ଅଫିସ ସମ୍ମୁଖରେ ଆତ୍ମାହୂତି ଉଦ୍ୟମ କରିଛନ୍ତି। ଦୀର୍ଘଦିନ ଧରି ସମ୍ପୃକ୍ତ ଶୀତଳ ଭଣ୍ଡାରରୁ ଗ୍ୟାସ ଲିକ୍ ହେବା ଫଳରେ ସ୍ଥାନୀୟ ଅଞ୍ଚଳରେ ଗାଈଗୋରୁଙ୍କଠାରୁ ଆରମ୍ଭ କରି ମଣିଷଙ୍କ ଦେହ ଖରାପ ହେଉଥିବା ସେମାନେ ଅଭିଯୋଗ କରିଛନ୍ତି।

ସ୍ଥାନୀୟ ତହସିଲଦାରଙ୍କ ଠାରୁ ଆରମ୍ଭ କରି ଜିଲ୍ଲାପାଳଙ୍କୁ ଏ ବାବଦରେ ଅବଗତ କରେଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନି ବୋଲି ସେମାନେ ଅଭିଯୋଗ କରିଛନ୍ତି। ସେମାନେ ମଙ୍ଗଳବାର କିରୋସିନ ଜାର ଧରି ଆତ୍ମାହୂତି କରିବା ପାଇଁ କିଶନନଗର ତହସିଲ ଅଫିସ ସାମ୍ନାକୁ ଆସିଥିଲେ । ସେହି ସମୟରେ କିଶନନଗର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି କିରୋସିନ ଜାର ଓ ଡ଼ିଆସିଲି ଜବତ କରିବା ସହ ସେମାନଙ୍କୁ ବୁଝାସୁଝା କରିଛି। ତହସିଲଦାର କାର୍ଯ୍ୟାଳୟରେ ଉପସ୍ଥିତ ନଥିବାରୁ ତାଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି