Masthead

କାହିଁକି ଆତ୍ମହତ୍ୟା କଲେ ରୁଚିସ୍ମିତା?

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ): ଆଲବମ୍ ଅଭିନେତ୍ରୀଙ୍କ ଆତ୍ମହତ୍ୟା । ବଲାଙ୍ଗୀରର ଆଲବମ୍ ଅଭିନେତ୍ରୀ ରୁଚିସ୍ମିତା ଗୁରୁ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ବଲାଙ୍ଗୀର ସୁଦପଡ଼ା ଘରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । କାହିଁକି ଆତ୍ମହତ୍ୟା କଲେ ରୁଚୁସ୍ମିତା । ଆତ୍ମହତ୍ୟାର କାରଣ କଣ । ଏଭଳି ନିଷ୍ପତି କାହିଁକି ନେଲେ ରୁଚିସ୍ମିତା ତାହା ସ୍ପଷ୍ଟ ହୋଇନି । ରୁଚିସ୍ମିତା ଜଣେ ଲୋକପ୍ରିୟ ଆଲବମ୍ ଅଭିନେତ୍ରୀ । ସମ୍ବଲପୁରୀ ଗୀତରେ ସେ ଅଭିନୟ କରି ଲୋକପ୍ରିୟତା ଅର୍ଜନ କରିଛନ୍ତି । ଅଭିନେତ୍ରୀ ସହ ସେ ଜଣେ କଣ୍ଠଶିଳ୍ପୀ ।

ସୂଚନା ଅନୁସାରେ ସେ ତାଙ୍କ ମାଆଙ୍କ ସହ ମାମୁଁ ଘରକୁ ଯାଇଥିଲେ । ମାମୁଁ ଘର ପରିବାର ଲୋକଙ୍କ ସହ ମାଆ ବାହାରକୁ ଯାଇଥିଲେ । ଘରକୁ ଫେରିବା ପରେ ଝୁଲନ୍ତା ଅବସ୍ଥାରେ ରୁଚିସ୍ମିତାଙ୍କ ମୃତଦେହ ଦେଖିଥିଲେ । ଖବର ପାଇ ଘଟଣାସ୍ଥଳରେ ଟାଉନ ଥାନା ପୁଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା