Masthead

କରୋନା ଆକ୍ରାନ୍ତଙ୍କ ଆତ୍ମହତ୍ୟା

ରାୟଗଡା (ବଡ଼ ଖବର ବ୍ୟୁରୋ): କରୋନା ଆକ୍ରାନ୍ତ ରେଳ କର୍ମଚାରୀଙ୍କ ଆତ୍ମହତ୍ୟ । ମାନସିକ ଭାରସାମ୍ୟ ହରାଇ ବନ୍ଦ କୋଠରୀରେ ଫ୍ୟାନରେ ଦଉଡି ବାନ୍ଧି ଝୁଲି ସେ ଆତ୍ମହତ୍ୟା କରିଛନ୍ତି । ସୁନ୍ଦରଗଡ ଜିଲ୍ଲାର ଜଣେ ଲୋକ ରାୟଗଡା ରେଳ ଡିଭିଜନରେ କିରାଣି ଭାବେ କାର୍ଯ୍ୟ କରୁଥିଲେ । ସେ ଅସୁସ୍ଥ ଅନୁଭବ କରିବା ପରେ କୋଭିଡ ପରୀକ୍ଷା କରାଇଥିଲେ । ପରେ ସେ କରୋନା ଆକ୍ରାନ୍ତ ହୋଇଥିବା ଜାଣିପାରିଥିଲେ ।

ଏହାକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗତ ୨ଦିନ ଧରି ଚିକିତ୍ସା ମଧ୍ୟ ଯୋଗାଇ ଦିଆଯାଉଥିଲା । ସବୁଦିନ ଭଳି ରବିବାର ମଧ୍ୟ ତାଙ୍କୁ ସ୍ୱାସ୍ଥ୍ୟ କର୍ମଚାରୀମାନେ ଫୋନଯୋଗେ ଯୋଗାଯୋଗ କରିବାକୁ ଉଦ୍ୟମ କରିଥିଲେ । କିନ୍ତୁ ସମ୍ପୃକ୍ତ ବ୍ୟକ୍ତିଙ୍କ ଠାରୁ କୌଣସି ଉତ୍ତର ମିଳିନଥିଲ । ଫଳରେ ପାଖ ପଡିଶାଙ୍କୁ କହି ସମ୍ପର୍କ କରିବାକୁ ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀମାନେ ଉଦ୍ୟମ କରିଥିଲେ ।

ତେବେ ଘରକୁ ଯାଇ ବାରମ୍ବାର ଡାକିଥିଲେ ମଧ୍ୟ କୌଣସି ଉତ୍ତର ନମିଳିବାରୁ ବାଧ୍ୟହୋଇ କବାଟ ଭାଙ୍ଗି ଘରେ ପଶିଥିଲେ ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀ । କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଫ୍ୟାନରେ ଝୁଲନ୍ତା ଅବସ୍ଥାରେ ପାଇଥିଲେ । ଏହାକୁ ନେଇ ରୋଳବାଇ ଥାନାରେ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ଆରପିଏଫ ଇନ୍ସପେକ୍ଟର ତ୍ରିଲୋକନାଥ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ