Masthead

ଆତ୍ମହତ୍ୟା ନୁହେଁ ଯୋଜନାବଦ୍ଧ ହତ୍ୟା ଅଭିଯୋଗ

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ସ୍କୁଲ ହଷ୍ଟେଲ ପାଇଖାନାରୁ ମାଟ୍ରିକ୍ ଛାତ୍ରଙ୍କ ମୃତଦେହ ଉଦ୍ଧାର । ମୃତ ଛାତ୍ର ଜଣକ ହେଲେ ସଦର ଥାନା ତଲିଉଡ଼ାର ଗାଁର ବିନାୟକ ପ୍ରଧାନ । ବିନାୟକ ବଲାଙ୍ଗୀର କାମାକ୍ଷିନଗର ବିଶ୍ବାତ୍ମା ବିଦ୍ୟା ମନ୍ଦିର ସ୍କୁଲର ଦଶମ ଶ୍ରେଣୀ ଛାତ୍ର । ସ୍କୁଲ ହଷ୍ଟେଲରେ ରହି ପାଠ ପଢୁଥିଲେ । ସେ ଜଣେ ମେଧାବୀ ଛାତ୍ର ଥିଲେ । ଭଲ ପାଠ ପଡୁଥିଲେ ତେଣୁ ପରିବାର ଲୋକେ ତାଙ୍କୁ ହଷ୍ଟେଲରେ ରଖି ପାଠ ପଢ଼ାଉଥିଲେ ।

ପରୀକ୍ଷା ଥିବାରୁ ଗତ ରବିବାର ଦିନ ବାପା ରାତ୍ର ପ୍ରଧାନ ତାଙ୍କୁ ଦେଖିବାକୁ ଆସିଥିଲେ । ସେ କୌଣସି ଚାପରେ ନଥିଲେ । ପରୀକ୍ଷାରେ ୯୫ ପ୍ରତିଶତ ମାର୍କ ଆସିବ ବୋଲି କହିଥିଲେ । ତେବେ ସେ କହିକି ବିଳମ୍ବିତ ରାତିରେ ଉଠି ଆତ୍ମହତ୍ୟା କରିବ ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି । ତାକୁ ଯୋଜନାବଦ୍ଧ ଭାବେ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି । ଆଜି ମାଟ୍ରିକ୍ ପରୀକ୍ଷା ଦେଇଥାନ୍ତେ ତାପୂର୍ବରୁ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କଲେ ଛାତ୍ର ।

ହେଲେ ଗତକାଲି ବିଳମ୍ବିତ ରାତି ୧୨ଟା ପର୍ଯ୍ୟନ୍ତ ସହପାଠୀମାନଙ୍କ ସହ ପାଠ ପଢି ଶୋଇବାକୁ ଯାଇଥିଲେ । କିଛି ସମୟ ପରେ ହଷ୍ଟେଲ ବାଥରୁମରେ ବିନାୟକ ଝୁଲୁଥିବା ସ୍କୁଲ କର୍ତ୍ତୃପକ୍ଷ ଦେଖିବାକୁ ପାଇଥିଲେ । ଗାମୁଛାରେ ବେକରେ ଫାଶ ଲଗାଇ ଆତ୍ମହତ୍ୟା କରିଥିବା କହିଛନ୍ତି ସ୍କୁଲ କର୍ତ୍ତୃପକ୍ଷ । ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରି ମେଡିକାଲକୁ ଅଣା ଯାଇଥିଲା ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଏହା ଆତ୍ମହତ୍ୟା ନୁହେ ହତ୍ୟା କରାଯାଇଛି ବୋଲି ଅଭିଯୋଗ କରିଛନ୍ତି ମୃତ ଛାତ୍ରଙ୍କ ବାପା । ଟାଉନ୍ ଥାନା ପୋଲିସ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ