Masthead

୪ ରୁ ୫ ଦିନ ରାଜ୍ୟରେ ଜାରିରହିବ ଗ୍ରୀଷ୍ମ ପ୍ରଭାବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ତତଲା ତାୱାରେ ସିଝୁଛି ଓଡ଼ିଶା । କଲବଲ ହେଉଛନ୍ତି ଲୋକେ । ସକାଳୁ ବାହାରକୁ ବହାରିବା ହେଉଛି ମୁସ୍କିଲ । ସକାଳ ସାଢେ ୫ଟାରୁ ତାପମାତ୍ରା ୩୦ ଡିଗ୍ରୀ ଅତିକ୍ରମ କରୁଛି । ତାପମାତ୍ରା ସାଙ୍ଗକୁ ଆର୍ଦ୍ରତା ଅଧିକ ରହୁଥିବାରୁ ଗୁଳୁଗୁଳିରେ ସିଝୁଛନ୍ତି ଲୋକେ । ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆହୁରି ୪ ରୁ ୫ ଦିନ ତାତିରୁ ଲୋକଙ୍କୁ ନିସ୍ତାର ମିଳିବ ନାହିଁ । ଗତକାଲି ରାଜ୍ୟର ୨୦ ସହରର ତାପାମତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା ।

ପଶ୍ଚିମ ଓଡ଼ିଶାର ୮ ସହରର ତାପମାତ୍ରା ୪୪ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା । ଆସନ୍ତା ୪ରୁ ୫ ଦିନ ରାଜ୍ୟରେ ଏଭଳି ତାତି ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡା, ସୋନପୁର, ବୌଦ୍ଧ, କେନ୍ଦୁଝର ଆଦି ଅଂଚଳରେ ପ୍ରବଳ ଗ୍ରୀଷ୍ମପ୍ରବାହ ହେବାର ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ