Masthead

୪ ରୁ ୫ ଦିନ ରାଜ୍ୟରେ ଜାରିରହିବ ଗ୍ରୀଷ୍ମ ପ୍ରଭାବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ତତଲା ତାୱାରେ ସିଝୁଛି ଓଡ଼ିଶା । କଲବଲ ହେଉଛନ୍ତି ଲୋକେ । ସକାଳୁ ବାହାରକୁ ବହାରିବା ହେଉଛି ମୁସ୍କିଲ । ସକାଳ ସାଢେ ୫ଟାରୁ ତାପମାତ୍ରା ୩୦ ଡିଗ୍ରୀ ଅତିକ୍ରମ କରୁଛି । ତାପମାତ୍ରା ସାଙ୍ଗକୁ ଆର୍ଦ୍ରତା ଅଧିକ ରହୁଥିବାରୁ ଗୁଳୁଗୁଳିରେ ସିଝୁଛନ୍ତି ଲୋକେ । ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆହୁରି ୪ ରୁ ୫ ଦିନ ତାତିରୁ ଲୋକଙ୍କୁ ନିସ୍ତାର ମିଳିବ ନାହିଁ । ଗତକାଲି ରାଜ୍ୟର ୨୦ ସହରର ତାପାମତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା ।

ପଶ୍ଚିମ ଓଡ଼ିଶାର ୮ ସହରର ତାପମାତ୍ରା ୪୪ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା । ଆସନ୍ତା ୪ରୁ ୫ ଦିନ ରାଜ୍ୟରେ ଏଭଳି ତାତି ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡା, ସୋନପୁର, ବୌଦ୍ଧ, କେନ୍ଦୁଝର ଆଦି ଅଂଚଳରେ ପ୍ରବଳ ଗ୍ରୀଷ୍ମପ୍ରବାହ ହେବାର ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି