Masthead

ସରକାରଙ୍କ ବଡ଼ ଘୋଷଣା, କାଲିଠୁ ରାଜ୍ୟରେ ସବୁ ସ୍କୁଲ ଛୁଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାଲିଠୁ ରାଜ୍ୟରେ ସବୁ ସ୍କୁଲ ଛୁଟି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଗୁଆ ଖରା ଛୁଟି ଘୋଷଣା କରିଛନ୍ତି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସରକାରୀ, ବେସରକାରୀ ଓ ଅନୁଦାନ ପ୍ରାପ୍ତ ସ୍କୁଲ ଆସନ୍ତକାଲିଠାରୁ ବନ୍ଦ ରହିବ । ସ୍କୁଲ କେବେ ଖୋଲିବ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଧିଷ୍ଟ ସମୟରେ ନିଷ୍ପତ୍ତି ନେବ । ଏବେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେଉଛି । ଦିନ ୮ ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୩୨ ଡିଗ୍ରୀ ପାର ହେଉଛି । ସେହିଭଳି ଆଭ୍ୟନ୍ତରିଣ ଅଞ୍ଚଳରେ ଗ୍ରୀଷ୍ମପ୍ରବାହ ଯୋଗୁଁ ସାଧାରଣ ଜୀବନ ଯାତ୍ରା ବ୍ୟାହତ ହେଉଛି । ସକାଳୁଆ ସ୍କୁଲ ହୋଇଥିଲେ ମଧ୍ୟ ପିଲାମାନେ ମୁଣ୍ଡଫଟା ଖରାରେ ଘରକୁ ଫେରି ଅସୁସ୍ଥ ହୋଇ ପଡୁଛନ୍ତି । ଏହାକୁ ଦୃଷ୍ଟିରେ ରଖି ସରକାର ଆଗୁଆ ଖରା ଛୁଟି ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ