ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇତିହାସ ରଚିଲା ଇସ୍ରୋ । ସତୀଶ ଧାୱନ ସ୍ପେଶ ସେଣ୍ଟରରୁ ଆଦିତ୍ୟ ଏଲ ୱାନକୁ ପ୍ରେରଣ କରିଛି ଇସ୍ରୋ । ଆଦିତ୍ୟ ଏଲ-ୱାନକୁ ନେଇ ମହାକାଶକୁ ଗଲା ପିଏସଏଲଭି-ଏକ୍ସଏଲ ରକେଟ୍ । ଦେଶର ପ୍ରଥମ ସୂର୍ଯ୍ୟ ଅଭିଯାନ । ଦିନ ୧୧ଟା ୫୦ରେ ଉତ୍କ୍ଷେପଣ ହେଲା ‘ଆଦିତ୍ୟ ଏଲ ୧’ । ୪ ମା ସ ଯାତ୍ରା କରିବା ପରେ ୧୫ ଲକ୍ଷ କିଲୋମିଟର ଲେଙ୍ଗରେଜିୟନ ପଏଣ୍ଟରେ ପହଞ୍ଚିବ ।
ଆଦିତ୍ୟଏଲ-୧ ମହାକାଶ ଯାନକୁ ଇସ୍ରୋ ପୃଥିବୀ ଠାରୁ ୧ ଦଶମିକ ୫ ନିୟୁତ କିମି ଉଚ୍ଚରେ ହାଲୋ ଅରବିଟରରେ ସ୍ଥାପନ କରିବ । ଯାହା ଇସ୍ରୋ ପାଇଁ ଏକ ଜଟିଳ କାର୍ୟ୍ୟ । କାରଣ ହାଲୋ ଅରବିଟରରେ ପୃଥିବୀର ଆକର୍ଷଣ ଶକ୍ତି ଶେଷ ହେଉଛି ଓ ସୂର୍ୟ୍ୟର ଆକର୍ଷଣ ଶକ୍ତି ଆରମ୍ଭ ହେଉଛି । ଏଠାରେ କୌଣସି ଛୋଟ ବସ୍ତକୁ ଦୀର୍ଘ ସମୟ ରଖାଯାଇପାରିବ । ତେବେ ସୌର ଯାନର ଗତିକୁ ନିୟନ୍ତ୍ରଣ କରାନଗଲେ ତାହା ସିଧା ସୂର୍ୟ୍ୟ ଅଭିମୁଖେ ଚାଲିଯିବାର ଆଶଙ୍କା ରହିଛି ।