Masthead

ମହଣ ମହଣ ରତ୍ନଖଚିତ ସୁବର୍ଣ୍ଣ ଅଳଙ୍କାର ପିନ୍ଧି ବଡ଼ଦାଣ୍ଡରେ ଦେବେ ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ):  ଆଜି ଶ୍ରୀଜିଉଙ୍କ ସୁନାବେଶ । ବାହୁଡ଼ାଯାତ୍ରା ସାରି ଫେରିବା ପରେ ସିଂହଦ୍ୱାରରେ ରଥ ଉପରୁ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାବିଗ୍ରହ । ବର୍ଷବ୍ୟାପୀ ରତ୍ନବେଦିରେ ସୁନାବେଶରେ ଦର୍ଶନ ଦେଉଥିବା ମହାବାହୁ ମହଣ ମହଣ ରତ୍ନଖଚିତ ସୁବର୍ଣ୍ଣ ଅଳଙ୍କାର ପିନ୍ଧି ବଡ଼ଦାଣ୍ଡରେ ଦେବେ ଦର୍ଶନ । ସୁନାର କିରିଟ, କୁଣ୍ଡଳ, ରତ୍ନଖଚିତ ଘାଗଡ଼ା ମାଳି, ବାହାଡ଼ା ମାଳି, ତାବିଜ ମାଳି, ହରିଡ଼ା କଦମ୍ୱ ମାଳି, ବାଘନଖୀ ମାଳି, ସେବତୀ ମାଳି, ହଳମୁଷଳ, ଚକ୍ର, ତିଳକ, ଆଡ଼କାନି, ଚନ୍ଦ୍ର-ସୂର୍ୟ୍ୟ, ଅଳକା, ଓଡ଼ିଆଣୀ, ଚନ୍ଦ୍ରିକା, ତଡ଼ଗି  ଆଦି ୧୩୮ ପ୍ରକାର ରତ୍ନଖଚିତ ସ୍ୱର୍ଣ୍ଣ ଅଳଙ୍କାର ପରିଧାନ କରିବେ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ।

ସୁନାବେଶ ପାଇଁ ସ୍ୱତନ୍ତ୍ର ନୀତି ନିର୍ଘଂଟ ହୋଇଛି । ନିର୍ଘଂଟ ନୀତି ଅନୁଯାୟୀ, ଅପରାହ୍ନ ୫ଟାରୁ ସୁନାବେଶ ଆରମ୍ଭ ହେବ । ରାତି ୧୦ଟା ପର୍ୟ୍ୟନ୍ତ ସୁନାବେଶରେ ଦର୍ଶନ ଦେବା ପରେ ବେଶ ଓଲାଗି ହେବ । ତଥାପି ନୀତିକାନ୍ତି ସଅଳ ହେଲେ, ଅପରାହ୍ନ ୩ଟାରୁ ସୁନାବେଶ ଆରମ୍ଭ କରିବାକୁ ଲକ୍ଷ୍ୟ ରଖାଯାଇଛି । ଶୃଙ୍ଖଳିତ ଦର୍ଶନ ତଥା ଭିଡ଼ ନିୟନ୍ତ୍ରଣ ପାଇଁ ପ୍ରତିବର୍ଷ ଭଳି ମାର୍କେଟ୍‌ ଛକରୁ ବଡ଼ଦାଣ୍ଡରେ ବାରିକେଡ୍‌ ବ୍ୟବସ୍ଥା କରିବାକୁ ପ୍ରଶାସନ ଲକ୍ଷ୍ୟ ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ