Masthead

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ସୁନାବେଶ, ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ (ବଡ଼ ଖବର ବ୍ୟୁରୋ):  ଆଜି ପବିତ୍ର ଦଶହରା ବା ବିଜୟାଦଶମୀରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ସୁନାବେଶ । ସୁବର୍ଣ୍ଣ ଅଳଙ୍କାରରେ ଆଭୂଷିତ ହୋଇ ରାଜରାଜଶ୍ୱେର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ସୁନାବେଶ ଅନୁଷ୍ଠିତ ହେବ। ପବିତ୍ର ଦଶହରା ଅବସରରେ ଶ୍ରୀମନ୍ଦିରରେ ଆୟୁଧ ପୂଜାନୀତି ସମ୍ପର୍ଣ୍ଣ କରାଯିବ। ସକାଳଧୂପ ସରିବା ପରେ ଆୟୁଧମାନଙ୍କୁ ମହାସ୍ନାନ ପୂର୍ବକ ବରୁଣ ପୂଜା କରାଯିବ।

ମେକାପ ତିନୋଟି ରୁପା ଥାଳିରେ ଆୟୁଧ ରଖି ତଳୁଛ ଓ ପ୍ରଧାନୀ ସେବାୟତଙ୍କ ସହ ତିନିଥର ବଡ଼ଦେଉଳକୁ ପରିକ୍ରମା କରିବା ପରେ ପୁଷ୍ପାଳକ ବଳଭଦ୍ରଙ୍କ ବାଡ଼ରେ ହଳମୁଷଳ, ସୁଭଦ୍ରାଙ୍କ ବାଡ଼ରେ ସୁବର୍ଣ୍ଣ ତଡ଼କୀ ଓ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଶଙ୍ଖ ଚକ୍ର ଆୟୁଧ ଲାଗି କରିବେ। ସେପଟେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିବାର ପରମ୍ପରା ରହିଛି। ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶକୁ ଦର୍ଶନ କରବା ପାଇଁ ପୁରୀରେ ଆଜି ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି। ଏପଟେ ମା ବିମଳାଙ୍କ ପ୍ରତିନିଧି ମା କାକୁଡିଖାଇଙ୍କର ଆଜି ବିସର୍ଜନ ଥିବାବେଳେ ଆସନ୍ତକାଲି ଅନ୍ୟାନ୍ୟ ଗୋଷାଣୀ ମାନଙ୍କର ଶ୍ରୀମନ୍ଦିର ସମ୍ମୁଖରେ ଦେବୀସଭା ପରେ ଭସାଣୀ ଉତ୍ସବ ଅନୁଷ୍ଠିତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ