Masthead

ଦୋଳ ପୂର୍ଣ୍ଣିମାରେ ହେବ ଶ୍ରୀଜିଉଙ୍କ ସୁନାବେଶ

ପୁରୀ (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୮ ଦୋଳ ପୂର୍ଣ୍ଣିମାରେ ହେବ ଶ୍ରୀଜିଉଙ୍କ ସୁନାବେଶ । ମେକାପ ସେବାୟତ ଓ ସିଂହାରୀ ସେବାୟତଙ୍କୁ ନେଇ ଆୟୋଜିତ ବୈଠକରେ ସମାଧାନର ବାଟ ବାହାରିଛି । କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଉଭୟ ଆପୋଷ ଆଲୋଚନା ମାଧ୍ୟମରେ ନୀତି ଶୃଙ୍ଖଳିତ କରିବା ପାଇଁ ରାଜି ହୋଇଛନ୍ତି ।

ଆସନ୍ତା ଦୋଳ ପୂର୍ଣ୍ଣିମାରେ ସବୁକିଛି ସୁରୁଖୁରୁରେ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ଅନ୍ୟପଟେ ଦୋଳ ପରେ ସପ୍ତାହକୁ ଗୋଟିଏ ଦିନ ବନ୍ଦ ରହିବ ଶ୍ରୀମନ୍ଦିର। କରୋନା ସଂକ୍ରମଣକୁ ଦେଖି ଛତିଶା ନିଯୋଗ ବୈଠକରେ ଆସିଲା ପ୍ରସ୍ତାବ । ଆଗାମୀ ସପ୍ତାହରୁ ଏହି କଟକଣା ଲାଗିପାରେ । ତେବେ କରୋନା ସକ୍ରଂମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ବିଶୋଧନ ପାଇଁ ନିଷ୍ପତି ନିଆଯାଇଛି । ଏହି ଦିନ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ନିଷ୍ପତି ନେଇଛି ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ଼. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାପାଳ ସମର୍ଥ ବର୍ମା, ଛତିଶାନିଯୋଗ ନାୟକ ଜନାର୍ଦ୍ଦନ ପାଟଯୋଶୀ ମହାପାତ୍ର ସମେତ ବିଭିନ୍ନ ନିଯୋଗର ସଭାପତି ସଂପାଦକ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ