ବିଜେପିରେ ସାମିଲ ହେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିରେ ଯୋଗଦେଲେ ସୁନନ୍ଦା ଦାସ । ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ନିଜ ସମର୍ଥକଙ୍କ ସହ ବିଜେପିରେ ସାମିଲ ହେଲେ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସାମିଲ ହେଲେ ସୁନନ୍ଦା । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସାମିଲ। କିଛି ଦିନ ପୂର୍ବେ ବିଜେଡିକୁ ବାଏ ବାଏ କହିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ବିଜେପିରେ ସାମିଲ ହୋଇଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ସହ ସେ ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି ସୁନନ୍ଦା।

୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ବରୀରୁ ବିଜେଡି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ସୁନନ୍ଦା । ମାତ୍ର ଏହି ନିର୍ବାଚନରେ ତାଙ୍କୁ ଟିକେଟ ଦେଇ ନ ଥିଲା ଦଳ। ଦଳରେ ଅଣଦେଖା ହେଉଥିବା ଅଭିଯୋଗ ଆଣି ଗତ ୨୯ ତାରିଖରେ ବିଜେଡି ଛାଡ଼ିଥିଲେ ସୁନନ୍ଦ। । ଏଥିସହ ସେ ଖୁବ୍‌ଶୀଘ୍ର ବିଜେପିରେ ସାମିଲ ହେବେ ବୋଲି କୁହାଯାଉଥିଲା। ଶେଷରେ ଆଜି ବିଜେପିରେ ମିଶିଛନ୍ତି ବରୀର ଏହି ଟାଣୁଆ ନେତ୍ରୀ।  ବିଜେଡି ଛାଡ଼ିବା ପରେ ଦଳର ନେତୃବୃନ୍ଦଙ୍କ ଉପରେ ପ୍ରବଳ ବର୍ଷିବା ସହ ବହୁ ଗୁମର ଖୋଲିଥିଲେ ସୁନନ୍ଦା। ବିଜେଡିରେ ଅଫିସରମାନେ ଟିକେଟ ବାଣ୍ଟୁଥିବା ବେଳେ ତାଙ୍କ ଟିକେଟ ବବି ଦାସ କାଟି ଦେଇଥିବା ସିଧାସଳଖ କହିଥିଲେ। ନିଜେ ଟିକେଟ ପାଇ ନ ଥିଲେ ବି ଫଳାଫଳ ଯାହା ଆସିଲା ସେଥିରେ ସେ ଖୁବ୍‌ ଖୁସି ଥିବା ସହ ଜଗନ୍ନାଥଙ୍କୁ ଧନ୍ୟବାଦ ଜଣାଇଥିଲେ ସୁନନ୍ଦା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’