Masthead

କରୋନାରେ ଆଖି ବୁଜିଲେ ବିଶିଷ୍ଟ ଶିଳ୍ପପତି ସୁନୀଲ ମହାପାତ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଉରକେଲାର ବିଶିଷ୍ଟ ଶିଳ୍ପପତି ତଥା ଦୈନିକ ‘ଇଶ୍ୱର’ର ପରିଚାଳନା ସମ୍ପାଦକ ସୁନୀଲ ମହାପାତ୍ରଙ୍କ ପରଲୋକ ଘଟିଛି । କରୋନାରେ ଆକ୍ରାନ୍ତ ଶ୍ରୀ ମହାପାତ୍ର ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କୁ ୬୩ ବର୍ଷ ହୋଇଥିଲା । ସେ ବିଶିଷ୍ଟ ସାହିତ୍ୟିକ ଖଗେଶ୍ୱର ମହାପାତ୍ରଙ୍କ ପୁତ୍ର ଏବଂ ବରିଷ୍ଠ ଲେଖିକା ତଥା ଦୈନିକ ‘ଇଶ୍ୱର’ର ପ୍ରକାଶକ ସମ୍ପାଦିକା ମଞ୍ଜୁ ନାୟକଙ୍କ ସ୍ୱାମୀ ।

ସେ କରୋନା ସଂକ୍ରମିତ ଥିବାରୁ ବିଏମସି ପକ୍ଷରୁ ସତ୍ୟ ନଗର ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା । ପୁତ୍ର ସ୍ୱୟଂ ମହାପାତ୍ର ମୁଖାଗ୍ନି ଦେଇଥିଲେ । ତାଙ୍କର ଆକସ୍ମିକ ମୃତ୍ୟୁ ଖବର କାଗଜ ଦୁନିଆ ସହ ସେ ଜଡ଼ିତ ଥିବା ବିଭିନ୍ନ ଶିକ୍ଷାନୁଷ୍ଠାନ, ବ୍ୟାଙ୍କ ତଥା ଶୁଭେଚ୍ଛୁ ବନ୍ଧୁମାନଙ୍କ ମଧ୍ୟରେ ଶୋକୟ ଛାୟା ଖେଳିଯାଇଛି । ସେ ଜଣେ ଅତ୍ୟନ୍ତ ଭଦ୍ର, ଅମାୟିକ, ପରୋଉପକାରୀ ବ୍ୟକ୍ତି ଭାବେ ବେଶ ପରିଚିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ