Masthead

ମାଡ଼ି ଆସୁଛି ବାତ୍ୟା ‘ୟଶ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରୁ ଉପକୂଳ ଆଡକୁ ମାଡ଼ି ଆସୁଛି ବାତ୍ୟା ‘ୟସ୍’ । ୨୫ରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହେବ । ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ମେ’ ୨୨ ତାରିଖ ବେଳକୁ ସୃଷ୍ଟି ହେବାକୁ ଥିବା ଲଘୁଚାପ ୭୨ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେବ। ତେବେ ବାତ୍ୟା କେଉଁଠି ସ୍ଥଳ ଭାଗ ଛୁଇଁବ ସେ ନେଇ କୌଣସି ସ୍ପଷ୍ଟ ସୂଚନା ନାହିଁ । ଭାରତର ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦେଶକ କହିଛନ୍ତି ଯେ ୨୬ ତାରିଖ ସନ୍ଧ୍ୟା ବେଳକୁ ବାତ୍ୟା ଉତ୍ତର ବଙ୍ଗୋପସାଗରରେ ପହଞ୍ଚିଯାଇଥିବ ।

ଏହି ଅଞ୍ଚଳ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଓ ବାଲାଂଦେଶ ସଂଲଗ୍ନ ଥିବାରୁ ନିର୍ଦ୍ଦିଷ୍ଟ କେଉଁସ୍ଥାନରେ ଏହା ସ୍ଥଳଭାଗ ଛୁଇଁବ, ତାହା ୨୨ ତାରିଖ ପରେ ଆକଳନ କରାଯାଇପାରିବ। ତେବେ ରାଜ୍ୟମାନେ ବିପର୍ୟ୍ୟୟ ପରିଚାଳନା ପ୍ରସ୍ତୁତି ଆରମ୍ଭ କରିବା ଲାଗି ତଥା ସପ୍ତାହ ବ୍ୟାପି ସମୁଦ୍ରକୁ ଯାଉଥିବା ମତ୍ସ୍ୟଜୀବୀଙ୍କୁ ଆଗୁଆ ସତର୍କ କରାଇବା ଉଦ୍ଦେଶ୍ୟରେ ଆଇଏମ୍ଡି ଏହି ପୂର୍ବାନୁମାନ କରିଛି । ବାତ୍ୟା ପ୍ରଭାବରେ ୨୫ତାରୀଖ ସଂନ୍ଧ୍ୟାରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହୋଇଯିବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଇଏମ୍ଡି ଆହୁରି କହିଛି ଯେ ୨୩ ତାରିଖ ବେଳକୁ ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିମି ରହିବା ସହ ୬୫କିମି ବେଗରେ ପବନ ବହିବା ନେଇ ମଧ୍ୟ ଆଶଙ୍କା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା