ଆସିଲା ସୁପ୍ରିମକୋର୍ଟଙ୍କ ରାୟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆସନ୍ତା ଜାନୁଆରୀ ୨୬ରେ ଚାଷୀଙ୍କ ଟ୍ରାକ୍ଟର ଶୋଭାଯାତ୍ରାକୁ ନେଇ ଆଜି ସୁପ୍ରିମକୋର୍ଟ ରାୟ ଶୁଣାଇଛନ୍ତି । ସୁପ୍ରିମକୋର୍ଟରେ କୃଷକ ସଙ୍ଗଠନ ଆନ୍ଦୋଳନ ସମ୍ପର୍କିତ ଗୁରୁତ୍ୱପୁର୍ଣ୍ଣ ରାୟ ଶୁଣାଇଛନ୍ତି । ସାଧାରଣତନ୍ତ୍ର ଦିବସରେ ଟ୍ରାକ୍ଟର ଶୋଭାଯାତ୍ରା କରିବା ନେଇ ଯୋଜନା ରଖିଛନ୍ତି ଆନ୍ଦୋଳନରତ ଚାଷୀ । କୃଷକଙ୍କ ପ୍ରସ୍ତାବିତ ଏହି ଶୋଭାଯାତ୍ରାକୁ ବିରୋଧ କରି କେନ୍ଦ୍ରସରକାର ସୁପ୍ରିମକୋର୍ଟରେ ଏକ ପିଟିସନ ଦାୟର କରିଥିଲେ । ଜାତୀୟ ଉତ୍ସବ ସମୟରେ ଟ୍ରାକ୍ଟର ଶୋଭାଯାତ୍ରା ବ୍ୟାଘାତ ସୃଷ୍ଟି କରିବ ବୋଲି ସରକାର ପିଟିସନରେ ଉଲ୍ଲେଖ କରିଥିଲେ । ତେବେ ଜାନୁଆରୀ ୨୬ରେ ଏହି ଶୋଭାଯାତ୍ରାକୁ ଅନୁମତି ମିଳିବ କି ନାହିଁ ସେ ନେଇ ଆଜି ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ । ସୁପ୍ରିମକୋର୍ଟଙ୍କ ରାୟ ଅନୁଯାୟୀ ଆଇନ ଶୃଙ୍ଖଳା ରକ୍ଷା କରିବା ପୋଲିସର ଦାୟିତ୍ୱ । ତେଣୁ ଏହି ଶୋଭାଯାତ୍ରା ହେବ କି ନାହିଁ ଏହାର ନିଷ୍ପତ୍ତି ନେବା ଦିଲ୍ଲୀ ପୋଲିସର କାମ । ରାଜଧାନୀକୁ କିଏ ଆସିବେ କିଏ ଆସିବେ ନାହିଁ ଏହାର ନିଷ୍ପତ୍ତି ନେବା ଦାୟିତ୍ୱ ମଧ୍ୟ ଦିଲ୍ଲୀ ପୋଲିସର, କୋର୍ଟର ନୁହେଁ । ତେବେ ଏନେଇ ସୁପ୍ରିମକୋର୍ଟ ଶୁଣାଣିକୁ ବୁଧବାର ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି ।

ଏହାସହ ସାଧାରଣତନ୍ତ୍ର ଦିବସରେ ଟ୍ରାକ୍ଟର ଶୋଭାଯାତ୍ରା ଦେଶ ପାଇଁ ଲଜ୍ଜାଜନକ ହେବ ବୋଲି କେନ୍ଦ୍ର ସରକାର ଦାୟର କରିଥିବା ପିଟିସନରେ ଉଲ୍ଲେଖ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!