ଅତିକ-ଅଶ୍ରଫ ହତ୍ୟାକାଣ୍ଡ, ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅତିକ-ଅଶ୍ରଫ ହତ୍ୟାକାଣ୍ଡ । ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି । ଏପ୍ରିଲ ୧୫ରେ ଅତିକ୍‌-ଅଶ୍ରଫ୍‌ଙ୍କୁ ପ୍ରୟାଗରାଜର ଏକ ହସ୍ପିଟାଲ ବାହାରେ ପୋଲିସ ହେପାଜତରେ ଗୁଳି କରି ହତ୍ୟା କରାଯାଇଥିଲା। କିଛି ଦିନ ପୂର୍ବରୁ ଏହି ହତ୍ୟାକାଣ୍ଡର ନିରପେକ୍ଷ ତଦନ୍ତ ପାଇଁ ଦୁଇଟି ପିଟିସନ ଦାଖଲ କରାଯାଇଥିଲା। ସରକାରଙ୍କ ପକ୍ଷ ଶୁଣିବା ବିନା ଏହି ପ୍ରସଙ୍ଗରେ କୌଣସି ନିଷ୍ପତ୍ତି ଦିଆଯିବା ଉଚିତ୍‌ ନୁହେଁ ବୋଲି ଉତ୍ତରପ୍ରଦେଶ ପୋଲିସ ସୁପ୍ରିମକୋର୍ଟରେ କହିଛି ।

ପ୍ରଥମ ଆବେଦନ ଓକିଲ ବିଶାଲ ତିୱାରୀଙ୍କ ଦ୍ୱାରା ହୋଇଥିବାବେଳେ ଦ୍ୱିତୀୟ ଆବେଦନ ପୂର୍ବତନ ଆଇପିଏସ ଅମିତାଭ ଠାକୁରଙ୍କ ଦ୍ୱାରା ଦାଖଲ କରାଯାଇଥିଲା। ଏହି ହତ୍ୟାକାଣ୍ଡର ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ଆଡଭୋକେଟ ବିଶାଲ ତିୱାରୀ ତାଙ୍କ ପିଟିସନରେ ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରିବାକୁ ଦାବି କରିଛନ୍ତି। ଏଥିସହ ପୂର୍ବତନ ଆଇପିଏସ ଅଧିକାରୀ ତାଙ୍କ ପିଟିସନରେ ସୁପ୍ରିମକୋର୍ଟ କିମ୍ବା ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ହତ୍ୟା ମାମଲାରେ ସିବିଆଇ ତଦନ୍ତ ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ