Masthead

ସମଲିଙ୍ଗୀ ବିବାହକୁ ମିଳିବ କି ଆଇନଗତ ମାନ୍ୟତା?

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଆସିବ ସମଲିଙ୍ଗୀ ବିବାହ ରାୟ । ପ୍ରଧାନ ବିଚାରପତି ଡି. ୱାଇ ଚନ୍ଦ୍ରଚୂଡଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ସାମ୍ବିଧାନିକ ବେଞ୍ଚ ଗତ ଏପ୍ରିଲ ୧୧ ତାରିଖରେ ଶୁଣାଣି ଆରମ୍ଭ କରିଥିଲେ । ଲଗାତାର ଭାବେ ୧୦ ଦିନ ଧରି ମାମଲାର ଶୁଣାଣି କରିବା ପରେ ଗତ ମେ’ ୧୧ ତାରିଖରେ ରାୟ ସଂରକ୍ଷିତ ରଖିଥିଲେ । ସୁପ୍ରିମକୋର୍ଟ ଏ ସମ୍ପର୍କରେ ଆଗତ ପ୍ରାୟ ୧୨୧ଟି ପିଟିସନର ଏକାଠି ଶୁଣାଣି କରିଥିଲେ । ୨୦୧୮ରେ ସୁପ୍ରିମକୋର୍ଟଙ୍କ ଏକ ସାମ୍ବିଧାନିକ ଖଣ୍ଡପୀଠ ସମଲିଙ୍ଗୀ ସମ୍ପର୍କକୁ ଅପରାଧ ବିବେଚନା କରୁଥିବା ଆଇପିସିର ଧାରା ୩୭୭କୁ ରଦ୍ଦ କରିଦେଇଥିଲେ।

ଯାହା ଫଳରେ ସହମତିରେ ଦୁଇ ପ୍ରାପ୍ତ ବୟସ୍କ ସମଲିଙ୍ଗୀ ନିଜ ଭିତରେ ସମ୍ପର୍କ ରଖିଲେ ତାକୁ ଅପରାଧ କୁହାଯିବ ନାହିଁ ବୋଲି ଆବେଦନକାରୀ ଦର୍ଶାଇଛନ୍ତି। ଏଭଳି ସ୍ଥିତିରେ ସମଲିଙ୍ଗୀ ବିବାହକୁ ମଧ୍ୟ ଆଇନଗତ ମାନ୍ୟତା ମିଳିବା ଦରକାର ବୋଲି ସେମାନେ ଦାବି କରୁଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ପ୍ରଦାନ ଦାବିକୁ ବିରୋଧ କରୁଥିବା କେନ୍ଦ୍ର ସରକାର ଏହାକୁ ସହରୀ ସଂମ୍ଭ୍ରାନ୍ତ ଚିନ୍ତାଧାରା କହି ସୁପ୍ରିମକୋର୍ଟରେ ନିଜର ପକ୍ଷ ରଖିଥିଲେ। ଏଥିସହ ଏହା ସାଧାରଣ ବିବାହ ପରମ୍ପରାକୁ ବିଚ୍ୟୁତ କରିବ ବୋଲି ମଧ୍ୟ କହିଥିଲେ। ତେବେ କେନ୍ଦ୍ର ସରକାରଙ୍କ ‘ସହରୀ ସଂମ୍ଭ୍ରାନ୍ତ ଚିନ୍ତାଧାରା’ ଯୁକ୍ତିକୁ ସୁପ୍ରିମକୋର୍ଟ ଗ୍ରହଣ କରି ନଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ